ପ୍ରମୂଖ ଖବର
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଚଣ୍ଡିଖୋଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ପଥଚାରୀଙ୍କ ଉପରେ ଚଢିଗଲା ଟ୍ରକ୍‌

Published By : Harapriya Sethi | October 7, 2024 8:59 AM

ମାର୍ଶାଘାଇ,୦୭/୧୦: ରାସ୍ତା କଡରେ ଚାଲିଚାଲି ଆସୁଥିବା ବେଳେ ଚଢିଗଲା ଟ୍ରକ । ମୃତକ ମାର୍ଶାଘାଇ ଥାନା ବଡପାଳ ଗାଁର କୁନା ମଲ୍ଲିକ (୨୪) ବୋଲି ଜଣାପଡ଼ିଛି । ପାରାଦୀପ - ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, କୁନା ମଲ୍ଲିକ ପାରାଦୀପ - ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ କଡ଼ରେ ଚାଲିଚାଲି ଆସୁଥିଲେ । ଏହି ସମୟରେ ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି ଯୁବକଙ୍କ ଉପରେ ଚଢି ଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ ଯୁବକ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ମାର୍ଶାଘାଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.