ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ପୁଅର ମିଳୁନି ପତ୍ତା, ଥାନାର ଦ୍ୱାରସ୍ଥ ହେଲେ ବାପା

Published By : Suraj Kumar | August 21, 2025 10:31 PM

ଲାଞ୍ଜିଗଡ଼,୨୧/୮(ଆପ୍ର)-ଜଣେ ପୁଅ ନିଖୋଜ ହେବାର ପ୍ରାୟ ୬ଦିନ ହେଲାଣି କୌଣସି ପତ୍ତା ମିଳୁନାହିଁ। ପରିବାର ଲୋକେ ନିଜ ବନ୍ଧୁ ବାନ୍ଧବ ଓ ସମ୍ପର୍କୀୟ ତଥା ଆଖ ପାଖ ଅଞ୍ଚଳରେ ବହୁତ ଖୋଜାଖୋଜି ପରେ ମଧ୍ୟ କୌଣସି ସନ୍ଧାନ ମିଳୁନାହିଁ। ଏନେଇ ଗୁରୁବାର ବାପା ଧନ ହରିଜନ ବିଜେପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। 

ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ଲିଟିବଣ୍ଡେଲ ଗାଁର ଧନ ହରିଜନଙ୍କ ପୁଅ ଦେବେନ୍ଦ୍ର ହରିଜନ (୨୩) ଗତ ଅଗଷ୍ଟ ୮ ଘରୁ କୁଆଡ଼େ ବାହାରି ଚାଲି ଯାଇଥିଲେ। ନିଖୋଜ ଦେବେନ୍ଦ୍ରଙ୍କ ବାପା କହିବା ମୁତାବକ ଗତ ଦୁଇ ବର୍ଷ ପୂର୍ବେ ତାଙ୍କ ପୁଅ କିଛି ମାତ୍ରାରେ ମାନସିକ ଭାରସାମ୍ୟ ହରାଇଥିଲେ। କିନ୍ତୁ ଯୁଆଡେ଼ ଗଲେ ବି ଘରକୁ ଫେରୁଥିଲେ।କିନ୍ତୁ' ଏଥର କୁଆଡେ ଚାଲିଯାଇଛି ଯେ ଖୋଜାଖୋଜି ପରେ ମଧ୍ୟ ଏଯାଏଁ ପୁଅର କୌଣସି ସନ୍ଧାନ ମିଳିପାରୁନାହିଁ। ଶେଷରେ ବିଜେପୁର ଥାନାର ଦ୍ବାରସ୍ଥ ହୋଇଛନ୍ତି ବାପା। ଏନେଇ ବିଜେପୁର ଥାନାରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଥିବା ଏସ୍.ଆଇ ଶ୍ୟାମ କୁଳୁଷିକା ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.