ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଟ୍ରକ୍‌ ଧକ୍କାରେ ବାପ ପୁଅଙ୍କ ମୃତ୍ୟୁ, ଡ୍ରାଇଭର ଫେରାର

Published By : Harapriya Sethi | February 8, 2025 12:52 PM

କଟକ,୦୮/୦୨: ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌ରେ ଆସୁଥିବା ବେଳେ ବାଟରେ ଜଗି ବସିଥିଲା ଯମ । ଆଖି ପିଛୁଳାକେ ଧକ୍କା ଦେଇ ଚାଲିଗଲା ଟ୍ରକ୍‌ । ଦୁର୍ଘଟଣାରେ ବାପ ଏବଂ ପୁଅଙ୍କର ଉଡ଼ିଗଲା ପ୍ରାଣବାୟୁ । ଉଜୁଡ଼ି ଗଲା ହସ ଖୁସିର ସଂସାର । କଟକ ଶିଖରପୁର ଅଞ୍ଚଳର ଜାତୀୟ ରାଜପଥରେ ଘଟିଛି ଏଭଳି ଏକ ଘଟଣା ।

ସୂଚନା ମୁତାବକ, ଶିଖରପୁର ଅଞ୍ଚଳର ଜାତୀୟ ରାଜପଥରେ ଏକ ପରିବାର ବାଇକ୍‌ରେ ଯାତ୍ରା କରୁଥିଲା । ବାଇକ୍‌ରେ ସ୍ଵାମୀ ସ୍ତ୍ରୀ ଓ ତାଙ୍କର ୫ ବର୍ଷର ପୁଅ କେନ୍ଦ୍ରାପଡ଼ାରୁ କଟକ ଆସୁଥିଲେ । ଏହି ସମୟରେ ବାଇକ୍‌ଟିକୁ ଧକ୍କା ଦେଇଥିଲା ଟ୍ରକ୍‌ । ଟ୍ରକ୍‌ଟି ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଥିଲା । ଦୁର୍ଘଟଣାରେ ବାପ ପୁଅ ଅତି ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ି ରହିଥିଲେ । ଏହା ଦେଖି ସ୍ଥନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଚାଉଳିଆଗଞ୍ଜ ଥାନା ପୋଲିସ ପହଞ୍ଚି ଅତି ଗୁରୁତର ଅବସ୍ଥାରେ ଦୁହିଁଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲା । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ସେପଟେ ଫେରାର ଥିବା ଡ୍ରାଇଭରକୁ ଖୋଜି ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.