ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ହାଇୱା ଧକ୍କାରେ ବାପା ମୃତ, ଝିଅ ଗୁରୁତର

Published By : Harapriya Sethi | November 7, 2024 10:49 AM

ସୁନ୍ଦରଗଡ, ୦୭/୧୧: ଝିଅକୁ ସ୍କୁଲ ଛାଡିବାକୁ ଯାଉଥିବା ବେଳେ ଅଘଟଣ । ବାଇକ୍‌କୁ ଧକ୍କା ଦେଲା ହାଇୱା । ଦୁର୍ଘଟଣାରେ ବାପା ପ୍ରାଣ ହରାଇ ଥିବା ବେଳେ ଝିଅ ଗୁରୁତର ହୋଇଛି । ସୁନ୍ଦରଗଡ ପାରିଜାତ ଛକରେ ଏଭଳି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ଗୁରୁବାର ସକାଳେ ବାପା ତାଙ୍କ ଝିଅକୁ ସ୍କୁଲ୍‌ରେ ଛାଡ଼ିବାକୁ ଯାଇଥିଲେ । ଏହି ସମୟରେ ପାରିଜାତ ଛକରେ ଘଟିଥିଲା ଦୁର୍ଘଟଣା । ରାସ୍ତାରେ ଯାଉଥିବା ବେଳେ ବାଇକ୍‌କୁ ଏକ ହାଇୱା ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ବାପାଙ୍କର ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାରେ ଝିଅଟି ଗୁରୁତର ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତର ହୋଇଥିବା ଝିଅକୁ ନିକଟସ୍ଥ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଛି ପୋଲିସ । ତେବେ ଏହି ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖା ଦେଇଛି । ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ନିୟନ୍ତ୍ରଣ କରି ଘଟଣାର ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.