PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ସାମାନ୍ୟ ବଚସାରୁ ହତ୍ୟା,  ଜ୍ବାଇଁର ଟାଙ୍ଗିଆ ଚୋଟରେ ଶ୍ବଶୁର ମୃତ

କାମାକ୍ଷାନଗର,୨୨।୭ ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ପଙ୍ଗାତିରା଼ ଗାଁରେ ସାମାନ୍ୟ ବଚସା କୁ ନେଇ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜ୍ୱାଇଁ ର ଟାଙ୍ଗିଆ ଚୋଟରେ ଶ୍ୱଶୁରର ମୃତ୍ୟୁ ହୋଇଛି । ମୃତ ଶ୍ବଶୁର ଜଣଙ୍କ ହେଲେ ପଙ୍ଗାତିରା଼ ଗୋଡ ସାହିର ପର୍ଶୁରାମ ବାରିକ ।

 ସୂଚନା ମୁତାବକ  ପର୍ଶୁରାମଙ୍କ ସାନ ଝିଅ ସୁଲୋଚନା ବେହେରା ସେହି ସାହିର ରମଣ ବେହେରାଙ୍କୁ ବିବାହ କରିଥିଲେ | ତେବେ ଶୁକ୍ରବାର ବିଳମ୍ବିତ  ରାତିରେ ଜ୍ୱାଇଁ ରମଣ ବେହେରା ତାଙ୍କ ଝିଅଙ୍କୁ ମଦ୍ୟପାନ କରି ଅସଭ୍ୟ ଭାଷାରେ ଗାଳିଗୁଲଜ କରୁଥିଲେ | ଯାହାକୁ ନେଇ ଶାଶୁ ଓ ଶ୍ବଶୁର  ଜ୍ବାଇଁକୁ ବୁଝା ସୁଝା ପାଇଁ ତାଙ୍କ ଘରକୁ ଯାଇଥିଲେ | ତେବେ ଜ୍ୱାଇଁ ରମଣ  ବେହେରା  ତାଙ୍କୁ ମଧ୍ୟ ଅସଭ୍ୟ ଭାଷାରେ ଗାଳି କରିବା ସହ ଅତର୍କିତ ଭାବେ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲେ | ତାଙ୍କୁ ସଙ୍ଗେ ସଙ୍ଗେ ଗୁରୁତର ଅବସ୍ଥାରେ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ଯାଇଥିଲେ। ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଛନ୍ତି | ତେବେ ହତ୍ୟାକାରୀ ଜ୍ୱାଇଁ ରମଣ ବେହେରା ଘଟଣାସ୍ଥଳରୁ ଫେରାର ଥିବା ବେଳେ ପରଜଙ୍ଗ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।

ସମ୍ବନ୍ଧିତ ଖବର