ପ୍ରମୂଖ ଖବର
  • ଚମକିଲା ଭାଗ୍ୟ; ରାତାରାତି ଶ୍ରମିକରୁ କୋଟିପତି ହେଲେ ହୀରାକୁଦର ଶିବ ସୁନ୍ଦର
  • ||
  • ଅପରେସନ୍ 'ସିନ୍ଦୂର' ; ୬ ନୁହେଁ ପାକିସ୍ତାନର ୯ବିମାନକୁ ମାଟିରେ ମିଶାଇଛି ଭାରତ
  • ||
  • ସଂସଦ ମୌସୁମୀ ଅଧିବେଶନ; ୨୧ ଜୁଲାଇରୁ ୧୨ ଅଗଷ୍ଟ ଯାଏ ଚାଲିବ
  • ||
  • ଜଗତସିଂହପୁର : ପାରାଦୀପ ଆଇସ୍ ଫ୍ୟାକ୍ଟ୍ରିରୁ ଲିକ୍‌ ହେଲା ଆମୋନିଆ ଗ୍ୟାସ୍, ୪ ଅସୁସ୍ଥ
  • ||
  • ବାଲେଶ୍ୱର : ମିନତୀ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟରେ ପୁଲିସର ଚଢାଉ,୧୦ ଯୁବତୀ ଅଟକ
  • ||
  • ବାଲେଶ୍ୱର : ପୋଖରୀରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ବଢିଲା କରୋନା ଭୟ; ୨୪ ଘଣ୍ଟାରେ ୨୭୬ ଆକ୍ଟିଭ କେସ୍‌, ୭ମୃତ
  • ||
  • ବ୍ରହ୍ମପୁର : ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ଏଏସ୍‌ଆଇ,୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ
  • ||
  • ମୟୂରଭଞ୍ଜ : ୪ଟି ଥାନାର ଅଧିକାରୀଙ୍କୁ ନେଇ ଗୋବିନ୍ଦରାୟପୁର ଓ ତାଳପଦାରେ ମିଳିତ ଚଢ଼ାଉ,ପାଖାପାଖି ୪ଶହ ଗାଈଗୋରୁ ଉଦ୍ଧାର
  • ||
  • ସରଣ୍ଡା ଜଙ୍ଗଲରୁ ଆଉ ୭୦୦ କିଲୋ ବିସ୍ଫୋରକ ଜବତ, ମାଟି ତଳେ ଲୁଚାଇ ରଖିଥିଲେ ମାଓବାଦୀ
  • ||
  • କାର୍ ଉପରେ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍, ୯ ମୃତ
  • ||
  • ଆମେରିକାରେ କୃଷି ଆତଙ୍କବାଦ ଖେଳାଉଛି ଡ୍ରାଗନ୍ ! ସାଙ୍ଘାତିକ 'ବାୟୋ ଅସ୍ତ୍ର' ସହ ଧରାପଡ଼ିଲେ ଚୀନ୍ ନାଗରିକ
  • ||
  • କଟକ : ନକଲି ମୋବିଲ ତିଆରି କାରଖାନାରେ ଚଢାଉ, ୨ ଅଟକ
  • ||
  • ଆନନ୍ଦପୁର ପୌର ଉପାଧ୍ୟକ୍ଷ ଦୁର୍ଗା ଚରଣ ଦଳେଇଙ୍କ ଦେହାନ୍ତ
  • ||
  • ମାଲକାନଗିରି : ଟିପର ଧକ୍କାରେ ବାଇକ ଆରୋହୀ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା
  • ||
  • କଟକ : ଭାରସାମ୍ୟ ହରାଇ ଓଲଟିଲା ଲୁହା ପ୍ଲେଟ୍ ବୋଝେଇ ଟ୍ରେଲର୍‌, ଡ୍ରାଇଭର ଗୁରୁତର
  • ||
  • ଜଗତସିଂହପୁର : ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ମାଲକାନଗିରି : ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ, ଘର ସାମ୍ନାରୁ ସୁନା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ ମେଡିକାଲରେ ଅଭାବନୀୟ ଘଟଣା, ଭୁଲ୍ ଇଞ୍ଜେକ୍ସନ୍‌ ନେଲା ୬ ରୋଗୀଙ୍କ ଜୀବନ!
  • ||
  • ଭୁବନେଶ୍ଵର : ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର
  • ||
  • ମୟୂରଭଞ୍ଜ : ବେଆଇନ ବନ୍ଧୁକ ଗୁଳି କାରବାରର ମାଷ୍ଟର ମାଇଣ୍ଡ ଗିରଫ, ଲାଇସେନ୍ସ ବନ୍ଧୁକ ପାଇଁ କିଣି ଶିକାରୀଙ୍କୁ ବିକୁଥିଲା ଗୁଳି
  • ||

ସ୍ତ୍ରୀର ରାଗ ସାରିଲା ସନ୍ତାନ ଉପରେ, ୭ ମାସର ଝିଅକୁ କଚାଡ଼ି ମାରିଲା ଜହ୍ଲାଦ ବାପା

Published By : Rasmita Pradhan | June 3, 2025 11:00 AM

ମହାବୀରୋଡ,୩/୬ : ବାପା ନା କଂସେଇ ? ସ୍ତ୍ରୀ ସହ ଲାଗି ରହୁଥିବା କଳହର ରାଗ ସାରିଦେଲା କୁନି ଝିଅ ଉପରେ। ୭ ମାସର ନିଷ୍ପାପ ଶିଶୁକୁ କଚାଡ଼ି ମାରିଲା ଜହ୍ଲାଦ ବାପା। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ଗ୍ରାମରେ ଘଟିଛି ଏଭଳି ସ୍ପର୍ଶକାତର ହୃଦୟବିଦାରକ ଘଟଣା। ପରିବାର ଲୋକଙ୍କ ବୋତଲ ମାଡ଼ରେ ଅଭିଯୁକ୍ତ ଗୁରୁତର। 

ସୂଚନାନୁଯାୟୀ, ମୟୁରଭଞ୍ଜ ଜିଲ୍ଲା ରରୁଆଁ ଥାନା କୁଦାସାହି ଗ୍ରାମର ସଞ୍ଜୟ ଚାତାର(୨୫ ବର୍ଷ) କଣ୍ଟାପାଳ ସ୍ଥିତ ଶ୍ଵଶୁର ଘରେ ରହି ଶ୍ରମିକ ଭାବେ କାମ କରେ। ସୋମବାର ପତ୍ନୀ ଜନନୀ ମୁଣ୍ଡା(୨୧ ବର୍ଷ)ଙ୍କ ସହ ସଞ୍ଜୟର ଝଗଡ଼ା ହୋଇଥିଲା। କିଛି କାମଦାମ ନକଲେ ପରିବାର କେମିତି ଚଳିବ ବୋଲି ସ୍ତ୍ରୀ ତାଗିଦ୍ କରିବାରୁ ସଞ୍ଜୟ ରାଗି ଯାଇଥିଲା। ପାଖରେ ଥିବା ୭ ମାସର ଶିଶୁକନ୍ୟାକୁ କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଶିଶୁକନ୍ୟାର ମୃତ୍ୟୁ ଘଟିଥିଲା। 

ଏହି ଘଟଣା ପରେ ପରିବାର ଲୋକେ ଉତ୍ତ୍ୟକ୍ତ ହୋଇ ସଞ୍ଜୟ ଉପରକୁ ଆକ୍ରମଣ କରିଥିଲେ। ସଞ୍ଜୟର ପେଟରେ କାଚ ବୋତଲ ମାଡ଼ ହେବାରୁ ସେ ରକ୍ତାକ୍ତ ହୋଇଯାଇଥିଲା। ତାକୁ ପ୍ରଥମେ କାମାକ୍ଷାନଗର ଓ ପରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାର ଚିକିତ୍ସା ଚାଲିଛି। କଙ୍କଡାହାଡ଼ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମ୍‌କୁ ପୁଲିସ ଅପେକ୍ଷା କରିଛି। ପୁଲିସ ମୃତ ଶିଶୁକନ୍ୟାର ଶବ ଜବତ କରିଛି। ପାରିବାରିକ କଳହରୁ ଏହି ଘଟଣା ଘଟିଛି ବୋଲି ଥାନା ଅଧିକାରୀ କଳ୍ପନା ବେହେରା କହିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.