ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ବାପା-ପୁଅ ମୃତ, ମା’ ଗୁରୁତର

Published By : Suraj Kumar | January 7, 2025 9:00 PM

ଛତ୍ରପୁର,୭।୧  ରମ୍ଭା ଥାନା ଅନ୍ତର୍ଗତ ଅରୁଣପୁର ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ୭ ବର୍ଷର ପୁଅ ଓ ବାପାର ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି । ମୃତକ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ତିଛୀଣୀ ଗ୍ରାମର ମୋହନ ରାୟଗୁରୁ ଓ ପୁଅ  ତ୍ରୟମ୍ବକମ୍ ରାୟଗୁରୁ ।  ମୋହନଙ୍କ ସ୍ତ୍ରୀ ଗାୟତ୍ରୀ ରାୟଗୁରୁ ଗୁରୁତର ଆହତ ହୋଇ ଛତ୍ରପୁର ମେଡିକାଲ ପରେ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି । 

ଏକ ଟିଭିଏସ ଏକ୍ସଏଲ ଗାଡିରେ  ମୋହନ ନିଜ ଗ୍ରାମରୁ ଶଶୁରଘର ୟୁଡିଏସପୁର ଗ୍ରାମରୁ  ଆସୁଥିବା ବେଳେ  ଅରୁଣପୁର ଛକ ନିକଟରେ ରମ୍ଭାରୁ କୃଷ୍ଣ ପ୍ରସାଦ ଯାଉଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କା ଅରୁଣପୁର ଛକ ନିକଟରେ ଧକ୍କା ଦେଇଥିଲା । ସ୍ଥାନୀୟ ଲୋକଙ୍କ ସହ ଯୋଗରେ ୧୦୮ ଆମ୍ବୁଲାନ୍ସ ଯୋଗେ ଛତ୍ରପୁର ମେଡିକାଲ ଅଣାଯାଇଥିଲା । ସେଠାରେ ତ୍ରୟମ୍ବକମ୍ ଙ୍କୁ  ଡାକ୍ତର ମୃତ ଘୋଷଣା କରିଥିବା ବେଳେ ବାପା ଓ  ମା’ଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲ ପଠାଯାଇଥିଲା । ବ୍ରହ୍ମପୁରରେ ବାପା ମୋହନଙ୍କ ମଧ୍ୟ୍ୟ ମୃତ୍ୟୁ ଘଟିଛି | ଘଟଣା ସ୍ଥଳରେ ରମ୍ଭା  ପୋଲିସ୍ ପହଂଚି ତଦନ୍ତ ଜାରି ରଖିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.