ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର

Published By : Rasmita Pradhan | July 5, 2025 1:23 PM

ରାୟଗଡ଼ା, ୦୫/୦୭ : ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଗୁନାଖାଲ ଛକରେ ମର୍ମନ୍ତୁଦ ଦୁର୍ଘଟଣା। ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରେଲର। ଗାଡ଼ି ତଳେ ଚାପିହୋଇ ମହିଳା କନେଷ୍ଟବଳଙ୍କ ମୃତ୍ୟୁ। ମୃତକ ଜଣଙ୍କ ହେଲେ ଖେଦାପଡ଼ା ଗ୍ରାମର ଲାବଣ୍ୟ ଗାଣ୍ଟା (୨୪ ବର୍ଷ)। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବିଷମକଟକ ବ୍ଲକ ବେଥିଆପଡ଼ା ପଞ୍ଚାୟତ ମୁନିଗାଁର କାନ୍ତାରାଓ କାଡ୍ରାକା(୪୦ ବର୍ଷ) ଓ ସୁବାରାଓ କାଡ୍ରାକା (୪୦ ବର୍ଷ)। 

ସୂଚନାନୁଯାୟୀ, ଲାବଣ୍ୟ ଶନିବାର ସକାଳୁ ଘରୁ ବାହାରି ରାୟଗଡ଼ା ଶ୍ରଦ୍ଧା ଶ୍ରୀକ୍ଷେତ୍ର ବାହୁଡା ଯାତ୍ରା ଡ୍ୟୁଟି କରିବାକୁ ଆସୁଥିଲେ। ଗୁନାଖାଲ ଛକରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ୍ ଆସୁଥିବାରୁ ହମ୍ପସ୍ ଠାରେ ଲାବଣ୍ୟ ବ୍ରେକ୍ ମାରିଥିଲେ। ଏହି ସମୟରେ ଏକ ଟ୍ରେଲର ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା। ଲାବଣ୍ୟ ସ୍କୁଟିରୁ ପଡିଯିବାରୁ ତାଙ୍କ ଉପରେ ଟ୍ରକ୍ ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ ଲାବଣ୍ୟଙ୍କ ମୃତ୍ୟୁ ହୋଇଥିଲା। ବାଇକରେ ଆସୁଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରେଲରକୁ ଜବତ କରିଛି। ଲାବଣ୍ୟଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.