ପ୍ରମୂଖ ଖବର
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | February 28, 2025 8:15 AM

ଭୁବନେଶ୍ୱର,୨୮/୦୨: ଦରଘାବଜାର ଅଞ୍ଚଳରେ ମହିଳା ଡାକ୍ତରଙ୍କ ଆତ୍ମହତ୍ୟା । ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କଲା ପୋଲିସ । ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ମହିଳା ଜାକ୍ତର ଜଣକ ହେଲେ ଅଳକା ରଥ । କଟକ ଜିଲ୍ଲା ଦରଘାବଜାର ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଦରଘାବଜାର ଅଞ୍ଚଳରେ ଅଳକା ରଥ ତାଙ୍କ ପରିବାର ସହ ରୁହନ୍ତି । ଦୀର୍ଘ ଦିନ ହେବ ସେ ମାନସିକ ଅଶାନ୍ତିରେ ରହିଥିଲେ । ହେଲେ ଦୁଃଖର ବିଷୟ ଯେ, ଶୁକ୍ରବାର ସକାଳୁ ଘରେ ତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ପରିବାର ଲୋକେ । ଏହା ଦେଖି ପରିବାର ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଦରଘାବଜାର ପୋଲିସ ପହଞ୍ଚିଛି । ସେଠାରେ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ତେବେ ମାନସିକ ଅଶାନ୍ତି ଯୋଗୁଁ ସେ ଆତ୍ମହତ୍ୟା କରିଥିବା ନେଇ ପୋଲିସ ସନ୍ଦେହ କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.