ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ମହିଳା ପୋଲିଂ ଅଧିକାରୀଙ୍କ ମୃତ୍ୟୁ, ୧୫ ଲକ୍ଷର ସହାୟତା ରାଶି ଘୋଷଣା

କଟକ,୨୬/୦୫: ନିର୍ବାଚନ ପରିଚାଳନା କରୁଥିବା କଟକର ଜଣେ ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ ହୋଇଛି । ମୃତକ ବାଖରାବାଦ୍‌ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା ମିତ୍ର । ବାରବାଟୀ-କଟକ ବିଧାନସଭା  ନିର୍ବାଚନମଣ୍ଡଳୀର ହାଡ଼ିବନ୍ଧୁ ସ୍କୁଲ୍‌ ୧୧୪ ନମ୍ବର ବୁଥ୍‌ରେ ସେ କାର୍ଯ୍ୟ  କରୁଥିଲେ । ନିର୍ବାଚନ ଡ୍ୟୁଟି ସମୟରେ ସେ ଅସୁସ୍ଥ ହୋଇଥିଲେ । ତାଙ୍କୁ  ତୁରନ୍ତ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର  ତାଙ୍କୁ ମୃତ ଘୋଷଣା କରିଥିଲେ । ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ  ଧଳ ଏହି ଦୁଃଖଦ ଘଟଣାରେ ଶୋକପ୍ରକାଶ କରିବା ସହ ସ୍ୱର୍ଗତା ମିତ୍ରଙ୍କ  ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇଛନ୍ତି । ବିଧି ମୁତାବକ  ସାହାଯ୍ୟ ବ୍ୟତିରେକ ଭାରତ ନିର୍ବାଚନ ଆୟୋଗଙ୍କ ଘୋଷଣାମତେ ତାଙ୍କ  ପରିବାକୁ ୧୫ ଲକ୍ଷ ଟଙ୍କାର ଅତିରିକ୍ତ ଅନୁକମ୍ପାମୂଳକ ସହାୟତାରାଶି ପ୍ରଦାନ  କରାଯିବ ବୋଲି ନିର୍ବାଚନ ଅଧିକାରୀ ଘୋଷଣା କରାଯାଇଛି । ଏନେଇ ତୁରନ୍ତ  ପ୍ରକ୍ରିୟା କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.