ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଭରତପୁର ଥାନା ମାମଲା, ଡିସେମ୍ବର ୩ରେ ଚୂଡ଼ାନ୍ତ ଶୁଣାଣି

Published By : Swapna Ray | November 27, 2024 10:01 AM

କଟକ, ୨୭।୧୧: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନାରେ ସେନା ଅଧିକାରୀଙ୍କୁ ଦୁର୍ବ୍ୟବହାର ତଥା ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାର ଚୂଡ଼ାନ୍ତ ଶୁଣାଣି ଆସନ୍ତା ଡିସେମ୍ବର ୩ ତାରିଖରେ ହେବ । ସେହିଦିନ ଏହି ମାମଲାରେ ରାୟ ପ୍ରକାଶ ପାଇବ ବୋଲି ହାଇକୋର୍ଟ କହିଛନ୍ତି । ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ଏବଂ ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । 

ଉଲ୍ଲେଖଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୧୫ ତାରିଖ ବିଳମ୍ବିତ ରାତିରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଏଫ୍‌ଆଇଆର୍‌ ଦେବାକୁ ଯାଇଥିଲେ । ସେଠାରେ ସେମାନଙ୍କଠାରୁ ଏଫ୍‌ଆଇଆର୍‌ ଗ୍ରହଣ କରାଯିବା ପରିବର୍ତ୍ତେ ପୁଲିସ୍‌ କର୍ମଚାରୀମାନେ ବାନ୍ଧବୀଙ୍କୁ ନିର୍ଯାତନା ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା । ଏପରିକି ବାନ୍ଧବୀଙ୍କୁ ଗିରଫ କରି ଜେଲ୍‌ ପଠାଇ ଦିଆଯାଇଥିଲା । ଘଟଣା ଦେଶରେ ଚର୍ଚ୍ଚା ସୃଷ୍ଟି କରିଥିଲା । ଏହାକୁ ନେଇ ହାଇକୋର୍ଟ ନିଜ ଆଡ଼ୁ ମାମଲା ରୁଜୁ କରିଛନ୍ତି । ଆମିକସ୍‌କ୍ୟୁରୀ ଭାବେ ବରିଷ୍ଠ ଆଇନଜୀବୀ ଗୌତମ ମିଶ୍ର ଅଦାଲତଙ୍କୁ ମାମଲା ପରିଚାଳନାରେ ସହଯୋଗ କରୁଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.