ମେଷ : କୃଷ୍ଣପକ୍ଷର ଦଶମ ଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ କର୍ମ ନିଯୁକ୍ତିର ଖବର ମିଳିପାରେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ବୃଷ : ନବମ ଚନ୍ଦ୍ର ପୂର୍ବାହ୍ଣ ୧୧ଟା ୨୧ ମିନିଟ୍‌ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଗୁରୁଜନ, ପଦସ୍ଥ ଅଧିକାରୀ ତଥା ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍‌ ସଂଯମତା ରକ୍ଷା କରିବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ମିଥୁନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୦୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ସପ୍ତମ ଚନ୍ଦ୍ର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରାମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜରେ ଲୋକମାନେ ଶତ୍ରୁତା ଆଚରଣ କରିବେ । ରୋଗ, ଋଣ, ଶତ୍ରୁ ବୃଦ୍ଧି ପାଇବ ଏବଂ ନିଜର ଲୋକମାନେ ଦୂରେଇ ଯିବେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ପୂର୍ବାହ୍ଣ ୧୧ଟା ୪୭ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ରହୁଥିବାରୁ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, କର୍ମରେ ବିଘ୍ନ ଉପୁଜିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସହଯୋଗ ମିଳିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଘାତବାର ଓ ତୃତୀୟ ଚନ୍ଦ୍ର ଏବଂ ପୂର୍ବାହ୍ନ ୧୧ଟା ୨୧ ମିନିଟ୍‌ ପର୍ଯ୍ୟନ୍ତ ତୃତୀୟା ତିଥି ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ  ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର ଓ ପୂର୍ବାହ୍ଣ ୧୧ଟା ୨୧ ମିନିଟ୍‌ ପରେ ଘାତତିଥି ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

ମୀନ : ଘାତବାର ଓ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଚନ୍ଦ୍ର ଓ ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩