ମେଷ : ଶୁକ୍ଳ ପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର, ଘାତବାର ଯୋଗୁ ପଞ୍ଚମ ଚନ୍ଦ୍ରର ସୁଫଳ ପାଇବାରୁ ବଞ୍ଚିତ ହେବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପରିବାରରେ ଅଶାନ୍ତି ଏବଂ ଇତର ଜନ ଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ନିଜର ଲୋକମାନେ ବିରୋଧ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ : ଶୁକ୍ଳ ପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟର ସାମ୍ନା କରିବେ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ମିଥୁନ : ତୃତୀୟ ଚନ୍ଦ୍ର, ତୃତୀୟା ତିଥି, ରବିବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ପୂର୍ଣ୍ଣ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ନୂତନ କର୍ମ ଆରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଅଯଥା ଖର୍ଚ୍ଚ, ବଦଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।
ସିଂହ : ଶ୍ରୀଚନ୍ଦ୍ର, ରବିବାର, ତୃତୀୟାତିଥି ଓ କେତୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ପଡ଼ୋଶୀଙ୍କ ସହ ସଦ୍ଭାବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ମାର୍କଣ୍ଡୀ ।
କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଏକାଦଶ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ ଓ ବ୍ୟବସାୟ ଆରମ୍ଭର ଯୋଜନା କରିବେ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀ ରାମ ।
ବିଛା : ଦଶମ ଚନ୍ଦ୍ର, ରବିବାର, ତୃତୀୟା ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣ କରିବାରେ ସମର୍ଥ ହେବେ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ଏବଂ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଶୁକ୍ଳ ପକ୍ଷର ନବମ ଚନ୍ଦ୍ର, ରବିବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପରୋପକାର, ସମାଜସେବା ଓ ଧାର୍ମିକକର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଘାତଚନ୍ଦ୍ର, ରବିବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ସପ୍ତମ ଚନ୍ଦ୍ର, ରବିବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟଜୀବନରେ ମଧୁରତା ଆସିବ । ଆମୋଦପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ : ଷଷ୍ଠ ଚନ୍ଦ୍ର, ରବିବାର, ଦ୍ୱିତୀୟା ତିଥି ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।