ପ୍ରମୂଖ ଖବର
  • ପୁରୀ : ଦୀଘା ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ଅର୍ଥ ପ୍ରଲୋଭନ: ଜଗତଗୁରୁ ଶଙ୍କରାଚାର୍ଯ୍ୟ
  • ||
  • Operation Sindoor: ଅର୍ଦ୍ଧ ସାମରିକ ବାହିନୀର ଛୁଟି ରଦ୍ଦ, ଆଲର୍ଟରେ ଗୃହ ମନ୍ତ୍ରାଳୟ
  • ||
  • ଭୁବନେଶ୍ୱର : ଯୁଦ୍ଧ ଛାନିଆରେ ପରିବା ଦୋକାନରେ ଖଚାଖଚ୍ ଭିଡ଼, ଅତ୍ୟାବଶ୍ୟକ ସାମଗ୍ରୀ କିଣି ନେଉଛନ୍ତି ଲୋକେ
  • ||
  • Operation Sindoor: ପାକିସ୍ତାନ ଛାତିରେ ଏୟାରଷ୍ଟ୍ରାଇକ୍, ଦେଖନ୍ତୁ ୯ ଆତଙ୍କୀ ଆଡ୍ଡାର ଲିଷ୍ଟ
  • ||
  • Operation Sindoor: ଭାରତୀୟ ସେନାର ତିନି ମୁଖ୍ୟଙ୍କ ସହ କଥା ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଆଜି ଦିନ ୧୦ଟାରେ ହେବ ପ୍ରେସ କନଫରେନ୍ସ
  • ||
  • ଆଇସିଏଆର୍‌ରେ ପିଜି ଏବଂ ପିଏଚ୍‌ଡି ନାମଲେଖା ପ୍ରକ୍ରିୟା ଆରମ୍ଭ, ଜୁନ୍‌ ୫ ଯାଏ ଆବେଦନ
  • ||
  • ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିର ମୁକାବିଲା ପାଇଁ BMC ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌, ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ବୌଦ୍ଧ : ନଦୀକୁ ଶୌଚ ହେବାକୁ ଯାଇ ନିଖୋଜ ହୋଇଥିଲେ ଯୁବକ, ଉଦ୍ଧାର ହେଲା ମୃତଦେହ
  • ||

ଜାଣନ୍ତୁ କ'ଣ ରହିଛି ଆପଣଙ୍କର ଆଜିର ରାଶିଫଳ...

Published By : Bijay Swain | May 6, 2025 11:51 PM

ଅଦ୍ୟ ତା.୦୭.୦୫.୨୦୨୫ରିଖ, ମେଷ ୨୪ ଦିନ, ବୈଶାଖ ମାସ ଶୁକ୍ଳପକ୍ଷ, ଦଶମୀ ଗତ ଏକାଦଶୀ, ବୁଧବାର। ଦଶମୀ: ଦିବା୧୦ଟା ୨୦ମିନିଟ୍‌। ପୂର୍ବା ଫାଲଗୁନୀ: ସନ୍ଧ୍ୟା ୬ଟା ୧୭ ମିନିଟ୍‌। ସିଂହଚନ୍ଦ୍ର : ରାତ୍ରି ୧୨ଟା ୪୭ ମିନିଟ୍‌। ସୂର୍ଯ୍ୟୋଦୟ : ୫ଟା ୧୫ ମିନିଟ୍‌ ୪୭ ସେକେଣ୍ଡ, ସୂର୍ଯ୍ୟାସ୍ତ : ୬ଟା ୧୦ ମିନିଟ୍‌ ୪୧ସେକେଣ୍ଡ। ଯୋଗିନୀ ଉତ୍ତରେ, ଦିବା ୧୦ଟା ୨୦ମିନିଟ୍‌ ଗତେ ଆଗ୍ନେୟେ। ମୃତେସନ୍ଧ୍ୟା ୬ଟା ୧୭ ମିନିଟ୍‌ ଗତେ ଏକପାଦ ପୁଷ୍କରଦୋଷ। ଦିବା ୧୦ଟା ୨୦ ମଧ୍ୟେ କଳମ୍ବୀ ଶାଗ ଖାଇବା ମନା, ପରେ ଶିମ୍ବ ଖାଇବା ମନା, ଖାଇଲେ ମହାପାପ। ଅମୃତବେଳା : ଦିବା ୧୧ଟା ୧୭ ମିନିଟ୍‌ ଗତେ, ଅପରାହ୍ଣ ୧ଟା ୧୦ ମିନିଟ୍‌ ମଧ୍ୟେ, ୪ଟା ୨୯ମିନିଟ୍‌ ଗତେ, ସନ୍ଧ୍ୟା ୬ଟା ୧୩ ମିନିଟ୍‌ ମଧ୍ୟେ।

ଆଜିର ରାଶିଫଳ

ମେଷ : ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ। ପାଞ୍ଚଟି କର୍ମରେ ଅତ୍ୟଧିକ ଶୁଭଫଳ ମିଳିବ। ବିଦ୍ୟାରେ ବିଚକ୍ଷଣତା, ସନ୍ତାନମାନଙ୍କ ଆଜ୍ଞା ବହତା, ପିତାମାତାଙ୍କ କୃପା, କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ। ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ।

ବୃଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ। ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟର ସାମ୍ନା କରିବେ ଏବଂ ଆର୍ଥିକ ଠକାମିରେ ପଡ଼ିବେ। କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ।

ମିଥୁନ : ତୃତୀୟ ଚନ୍ଦ୍ର, ବୁଧବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ। ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଆଦି କରିପାରନ୍ତି କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିପାରେ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ।

କର୍କଟ : ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ବେଳେ ସତର୍କତା ଅବଲମ୍ବନ କରିବେ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ଆର୍ଥିକ ଠକାମିର ଶିକାର ହୋଇପାରନ୍ତି। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ। ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ।

ସିଂହ : ଶ୍ରୀଚନ୍ଦ୍ର ଯୋଗୁ ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ କିମ୍ବା କୌଣସି ଶୁଭକର୍ମର ଆୟୋଜନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ସମଲେଶ୍ୱରୀ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ମନୋବଳ, ଧୀଶକ୍ତି, ସହନଶୀଳତା ଲୋପ ପାଇବ। ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରିକୁ ସଙ୍ଗରେ ପଡ଼ିବେ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଳିଚଳନ, ବ୍ୟବହାର ବିବାଦୀୟ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ସମୟାନୁବର୍ତ୍ତିତାର ଅଭାବ ରହିବ। ଯେଉଁମାନଙ୍କର ଚିତ୍ରାକନ୍ୟା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ଛିନ୍ନମସ୍ତା।

ତୁଳା : ଏକାଦଶ ଚନ୍ଦ୍ର, ବୁଧବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ସ୍ୱାତୀ ଓ ବିଶାଖାତୁଳା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ସମଲେଶ୍ୱରୀ।

ବିଛା : ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ ସମସ୍ତକର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ। ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ। ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ।

ଧନୁ : ନବମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ମହତ୍‌ ଜନଙ୍କ ସାନ୍ନିଧ୍ୟ, ପିତାମାତାଙ୍କ କୃପା ଏବଂ ଜନସମ୍ପର୍କ ବୃଦ୍ଧିପାଇବ। ମନରେ ନୂତନ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ।

ମକର : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ। ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ। ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ।

କୁମ୍ଭ : ସପ୍ତମଚନ୍ଦ୍ର, ବୁଧବାର ଏବଂ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟସୁଖ ଅନୁଭୂତ ହେବ। ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ।

ମୀନ : ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ରୋଗ, ଋଣ, ଶତ୍ରୁ-ଏଥିରୁ ମୁକ୍ତି ପାଇବେ। ପରୋପକାର, ସମାଜସେବା ଓ ଧାର୍ମିକକର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳପାଇବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା।

 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଯୋଗାଯୋଗ: ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.