ମେଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ସମୟର ସଦ୍‌ବିନିଯୋଗ କରିବେ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଏକାଦଶ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ପରିବାର ସହଯୋଗ ଦେଇପାରନ୍ତି । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଓ ବକେୟା ଧନ ପ୍ରାପ୍ତ କରିବେ ଏବଂ ଧନର ସତ୍‌ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦଶମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : କୃଷ୍ଣ ପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍‌ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା, ସମ୍ମାନ ହାନି ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ା ପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତଭେଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା :  ପ୍ରଭୁ ଶ୍ରୀ ଜଗନ୍ନାଥ ।

କନ୍ୟା : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଳିଚଳନରେ ସଂଯମତା, ବଚନରେ ମଧୁରତା, ପରିବାରରେ ମିତ୍ରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ପାଇବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ଭିତରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଷଷ୍ଠ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜ ସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍‌ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଉଚ୍ଚଶିକ୍ଷା, କର୍ମ ନିଯୁକ୍ତିକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଘାତ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଜମିଜମା ବିବାଦ, ପାରିବାରିକ ବିବାଦ ଉଗ୍ର ରୂପ ଧାରଣ କରିବ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ତୃତୀୟ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ ଓ ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସ୍ୱଜନ, ପରିଜନ, ବନ୍ଧୁବନ୍ଧବ, ସହକର୍ମୀ, ସହଯୋଗୀ ଓ ଭାଇଭଉଣୀଙ୍କ ସାହାଯ୍ୟ ଓ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : କୃଷ୍ଣ ପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ଶ୍ରୀ ଚନ୍ଦ୍ର, ଗୁରୁବାର ସପ୍ତମୀ ତିଥି ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ,ସହଯୋଗୀ, ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ମିଳିବ । ନୂତନ କର୍ମାରମ୍ଭ ଓ ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।