ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୪ ସପ୍ତାହରେ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

Published By : Harapriya Sethi | January 29, 2025 2:53 PM

ଭୁବନେଶ୍ୱର, ୨୯/୦୧: ପାଟଣାଗଡ଼ର ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ ମାମଲା। ଏହି ମାମଲାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିଛନ୍ତି । ଏହି ମାମଲାରେ ହସ୍ତକ୍ଷେପ କରି ୪ ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରିବା ସହ ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । 

ସୂଚନା ମୁତାବକ, ୨୦୧୮ ଫେବ୍ରୁଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁଅ ସୌମ୍ୟଶେଖର ସାହୁଙ୍କ ବିବାହରେ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ  ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ସୌମ୍ୟଶେଖରଙ୍କ ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ । ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂଲିଶ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା । ଅଭିଯୁକ୍ତ ପୁଞ୍ଜିଲାଲ ଏବେ ବଲାଙ୍ଗିର  ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରଖାଯାଇଥିଲା । 

ଏହି ମାମଲା ପାଟଣାଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାରାଧୀନ ରହିଛି । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଜାମିନ ଆବେଦନ କରାଯାଇଥିଲା । ପୁଞ୍ଜିଲାଲଙ୍କ ଆବେଦନକୁ ବିଚାର କରି ଏହି ମାମଲାରେ ୪ ସପ୍ତାହ ମଧ୍ୟରେ ସମସ୍ତ ସାକ୍ଷ୍ୟ ଗ୍ରହଣ କରି ଶୁଣାଣି ସାରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.