ପ୍ରମୂଖ ଖବର
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଗୁଜୁରାଟର ରାଜକୋଟରେ ଭୟଙ୍କର ଅଗ୍ନିକାଣ୍ଡ; ୩ ଜୀବନ୍ତ ଦଗ୍ଧ, ଏବେ ବି ଫସିଛନ୍ତି ୩୦

Published By : Swapna Ray | March 14, 2025 1:03 PM

ଗୁଜୁରାଟ, ୧୪।୨: ଗୁଜୁରାଟର ରାଜକୋଟରେ ଥିବା ଆସଲାଣ୍ଟିକ୍ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଅଗ୍ନିକାଣ୍ଡ ଯୋଗୁଁ ଏବେ ବି କୋଠାରେ ୩୦ ଜଣ ଲୋକ ଫସି ରହିଛନ୍ତି । ଅଗ୍ନିକାଣ୍ଡ ନେଇ ଖବର ପାଇବ ପରେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଏହା ପୂର୍ବରୁ ମଧ୍ୟ ରାଜକୋଟରେ ଅଗ୍ନିକାଣ୍ଡ ଭଳି ଘଟଣା ସାମନାକୁ ଆସିଥିଲା । ଗତ ବର୍ଷ ଗେମିଜୋନ୍‌ରେ ନିଆଁ ଲାଗିବା ଫଳରେ ୨୭ ଜଣଙ୍କର ମୃତ୍ୟୁ ହୋଇଥିଲା । 

ସୂଚନାନୁସାରେ, ରାଜକୋଟର ହାଇରାଇଜ ଆସଲାଣ୍ଟିକ୍ ବିଲ୍ଡିଂର ୬ ମହଲାରେ ଏହି ନିଆଁ ଲାଗିଥିଲା । ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଅଗ୍ନିଶମ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି । ବର୍ତ୍ତମାନ ବିଲ୍ଡିଂରେ ୩୦ ଜଣ ଫସିରହିଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଆମ୍ୱୁଲାନ୍ସ ଜରିଆରେ ପାଖ ହସ୍ପିଟାଲକୁ ପଠାଯାଇଥିବା ବେଳେ ଆହତଙ୍କ ଚିକିତ୍ସା ଜାରି ରହିଛି । ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.