ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କୋଲକାତାରେ ଘରୋଇ ହୋଟେଲରେ ଅଗ୍ନିକାଣ୍ଡ, ୪ ଓଡ଼ିଆଙ୍କ ମୃତ୍ୟୁ

Published By : Gurupada Nath | April 30, 2025 6:06 PM

ଜଗତସିଂହପୁର,୩୦/୪ : କୋଲକାତାରେ ଋତୁରାଜ ନାମକ ଏକ ଘରୋଇ ହୋଟେଲରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ହେଲେ ଜଗତସିଂହପୁର ଜିଲ୍ଲା ନନ୍ଦନ ଗାଁର ମନୋଜ ପାତ୍ର, ହରିପା ଗାଁର ଦୁଷ୍ମନ୍ତ କୁମାର ନାୟକ ଓ ଦୁଷ୍ମନ୍ତ କୁମାର ସ୍ୱାଇଁ । ଏମାନେ ଭୁବନେଶ୍ୱରରେ ଏକ ଘରୋଇ ଫାଇନାନ୍ସ କମ୍ପାନୀରେ କାମ କରୁଥିବା ସହ କମ୍ପାନୀ କାମରେ କୋଲକାତା ଯାଇ ସେଠାରେ ହୋଟେଲରେ ରହିଥିଲେ । ସେହିଭଳି କଟକର ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟବସାୟୀ ଜଣଙ୍କ ହେଲେ କଟକ ସିଡିଏ ଅଞ୍ଚଳର ରାଜେଶ କୁମାର ସନ୍ତୁକା । ରାଜେଶଙ୍କ ମୃତଦେହ ଚିହ୍ନଟ ପାଇଁ କଲିକତା ପୋଲିସର କମିଶନରେଟ୍ ପୋଲିସକୁ ଚିଠି ଲେଖିଛି । ମୃତ୍ୟୁ ହୋଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ରହିଛି ।

ଗତକାଲି ହୋଟେଲରେ ହଠାତ ନିଆଁ ଲାଗିଯିବା ଫଳରେ ହୋଟେଲରେ ଥିବା ୧୪ଜଣଙ୍କର ମୃତ୍ୟୁ ହୋଇଥିଲା । ସେମାନଙ୍କ ମଧ୍ୟରୁ ଏହି ଚାରି ଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହି ଘଟଣା ଜାଣିବା ପରେ ମୃତକ ମାନଙ୍କ ପରିବାର ଓ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । 

ପ୍ରକାଶ ଯେ, ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଘଟଣାର ଖବରପାଇ ତୁରନ୍ତ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ପୋଲିସ କମିଶନର ମନୋଜ କୁମାର ବର୍ମାଙ୍କ ସୂଚନା ଅନୁସାରେ ଏହି ଅଘଟଣରେ ୧୪ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏକାଧିକ ଆହତ ହୋଇଛନ୍ତି । କେଉଁ କାରଣକୁ ଏପରି ଭୟଙ୍କର ଅଗ୍ନିକାଣ୍ଡ ହେଲା ତଦନ୍ତ ନେଇ ସ୍ୱତନ୍ତ୍ର ଟିମ୍ ଗଠନ ହେବ ।

କେନ୍ଦ୍ରମନ୍ତ୍ରୀ ତଥା ବିଜେପି ସଭାପତି ସୁକାନ୍ତ ମଜୁମଦାର ସ୍ଥିତି ସମୀକ୍ଷା କରିଥିଲେ । ଅଘଟଣ ନେଇ ଅପଡେଟ୍ ନେଇଥିଲେ । ନିଆଁ ଲାଗିବା ପରେ ଉଦ୍ଧାରକାରୀ ଦଳଙ୍କୁ ତୁରନ୍ତ ଘଟଣାସ୍ଥଳକୁ ଯିବାକୁ ନିର୍ଦ୍ଦେଶ ଦେଇଥିଲେ। ଆହତଙ୍କୁ ଯେପରି ସମସ୍ତ ପ୍ରକାର ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ସେ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ । ସେହିଭଳି ଅଘଟଣକୁ ନେଇ କଂଗ୍ରେସ ସଭାପତି ଶୁଭଙ୍କର ଶଙ୍କର କୋଲକାତା କର୍ପୋରେସନ ଉପରେ ବର୍ଷିଛନ୍ତି । ସେ କହିଛନ୍ତି,  ''ଏହି ଟ୍ରାଜିକ୍ ଘଟଣା ଅନେକ ଲୋକଙ୍କର ଜୀବନ ନେଇଛି । ଏଠାରେ କୌଣସି ସୁରକ୍ଷା ବ୍ୟବସ୍ଥା ନ ଥିଲା । ମୁଁ ଜାଣିପାରୁନାହିଁ କର୍ପୋରେସନ କରୁଛି କଣ ?''

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.