ପ୍ରମୂଖ ଖବର
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର

Published By : Rasmita Pradhan | June 3, 2025 2:12 PM

କଟକ, ୩/୬ : ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ। ମଙ୍ଗଳବାର ପୂର୍ବାହ୍ନ ୧୨ଟାରେ ଅଗ୍ନିକାଣ୍ଡ ଘଟିଛି। କାର୍ଯ୍ୟାଳୟର ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜଳି ଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ସୂଚନାନୁଯାୟୀ, ମଙ୍ଗଳବାର ପୂର୍ବାହ୍ନ ୧୨ଟାରେ ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ନିଆଁ ଲାଗି ଯାଇଥିଲା। ଦେଖୁ ଦେଖୁ ପୁରା କାର୍ଯ୍ୟାଳୟରେ ନିଆଁ ବ୍ୟାପି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ପ୍ରାୟ ଅଧ ଘଣ୍ଟାର ଉଦ୍ୟମ ପରେ ନିଆଁ ଆୟତ୍ତକୁ ଆସିଛି। ତେବେ କାର୍ଯ୍ୟାଳୟର ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜଳି ଯାଇଛି। ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। 

ପ୍ରକାଶ ଥାଉକି, ଏହି କାର୍ଯ୍ୟାଳୟରେ ଦୀର୍ଘ ଦିନ ଧରି ବିଦ୍ୟୁତ୍ ସରଞ୍ଜାମ ରକ୍ଷଣାବେକ୍ଷଣ କାମ କରାଯାଉନଥିଲା। ଏନେଇ କାର୍ଯ୍ୟାଳୟ ପକ୍ଷରୁ ବହୁବାର ବିଦ୍ୟୁତ୍ ବିଭାଗକୁ ଚିଠି ଲେଖାଯାଇଥିଲା, କିନ୍ତୁ ଏଥିପ୍ରତି କେହି ଗୁରୁତ୍ଵ ଦେଇନଥିଲେ। ଯେଉଁଥିପାଇଁ ଆଜି ଅଗ୍ନିକାଣ୍ଡ ଘଟିଥିବା କାର୍ଯ୍ୟାଳୟ ପକ୍ଷରୁ କୁହାଯାଉଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.