ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପୁରୀ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ଅଗ୍ନିକାଣ୍ଡ, ପୁରୁଣା ବ୍ୟାରିକେଡ୍‌ ଗୁଡ଼ିକରେ ଲାଗିଲା ନିଆଁ

Published By : Rasmita Pradhan | April 8, 2025 8:55 AM

ଭୁବନେଶ୍ଵର, ୦୮/୦୪ : ପୁରୀ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ଅଗ୍ନିକାଣ୍ଡ।‌ ମଙ୍ଗଳବାର ସକାଳେ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପଛପଟେ ରଖାଯାଇଥିବା ପୁରୁଣା ବ୍ୟାରିକେଡ୍‌ ଗୁଡ଼ିକରେ ନିଆଁ ଲାଗି ଯାଇଥିଲା। ଲୁହା, ପ୍ଲାଷ୍ଟିକ ଓ କାଠରେ ନିର୍ମିତ ବ୍ୟାରିକେଡ୍‌ ଗୁଡ଼ିକ ହୁତୁହୁତୁ ହୋଇ ଜଳି ଉଠିଥିଲା। ସମ୍ପୂର୍ଣ୍ଣ ପରିବେଶ ଧୂଆମୟ ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ଅଗ୍ନିକାଣ୍ଡ ଘଟିଥିବା ସ୍ଥାନ ନିକଟରେ ଏଲଆଇସି କଲୋନୀରେ ସରକାରୀ କ୍ଵାଟର ରହିଛି। ନ୍ୟାୟଧୀଶଙ୍କ ଠାରୁ ଅତିରିକ୍ତ ଜିଲ୍ଲାପାଳ ଓ ସରକାରୀ ଅଧିକାରୀଙ୍କ କ୍ଵାଟର ସବୁ ରହିଛି। କେହି ଦୁର୍ବୃତ୍ତ ଏଭଳି ନିଆଁ ଲଗାଇଥାଇ ପାରନ୍ତି କିମ୍ବା କେହି ସିଗାରେଟ୍ ଖାଇ ପକାଇ ଦେଇଥିବାରୁ ନିଆଁ ଲାଗିଛି ତାହା ସ୍ପଷ୍ଟ ହୋଇନାହିଁ। ତଦନ୍ତ ପରେ ନିଆଁ ଲାଗିବାର କାରଣ ସ୍ପଷ୍ଟ ହେବ ବୋଲି କୁହାଯାଉଛି। ତେବେ ଗତ କିଛି ମାସ ତଳେ ଗୁଣ୍ଡିଚା ମନ୍ଦିର ପାଖରେ ମଧ୍ୟ ରଖାଯାଇଥିବା ବ୍ୟାରିକେଡରେ ନିଆଁ ଲାଗିଥିଲା। 

ଏହି ଖବରଟିକୁ ପଢନ୍ତୁ-ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୪୮ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବା ସମ୍ଭାବନା,୧୭ ଯାଏ ସ୍ୱଳ୍ପ ବର୍ଷା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.