ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବସ୍ତ୍ରାଳୟରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ

Published By : Rasmita Pradhan | June 9, 2025 9:56 AM

ଧର୍ମଶାଳା, ୯/୬ : ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ନିକଟସ୍ଥ ବରଡ଼ା ଛକଠାରେ ଥିବା ମା' ମଙ୍ଗଳା ବସ୍ତ୍ରାଳୟରେ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ଜିନିଷପତ୍ର। ରବିବାର ରାତି ପ୍ରାୟ ସାଢେ ୧୦ଟା ବେଳେ ବସ୍ତ୍ରାଳୟରେ ନିଆଁ ଲାଗିଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ସୂଚନାନୁଯାୟୀ, ଜେନାପୁର ଥାନା ଅନ୍ତର୍ଗତ ବରଡ଼ା ଛକଠାରେ ସୁବାଶ ମିଶ୍ରଙ୍କ ଏକ ବସ୍ତ୍ରାଳୟ ରହିଛି। ସେ ରବିବାର ରାତି ସାଢେ ୯ଟା ବେଳେ ବେପାର ସାରି ଦୋକାନ ବନ୍ଦ କରି ନିଜ ଘର ଗଡ଼ମଧୁପୁରକୁ ଫେରିଥିଲେ। ହେଲେ ରାତି ପ୍ରାୟ ସାଢେ ୧୦ଟା ବେଳେ ବସ୍ତ୍ରାଳୟରେ ନିଆଁ ଲାଗିଯାଇଥିବା ନେଇ ସ୍ଥାନୀୟ ଲୋକେ ତାଙ୍କୁ ଫୋନ୍ କରିଥିଲେ। ସୁବାଶ ଛଡେଇଧରା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ସେତେବେଳକୁ ଦୋକାନରେ ଥିବା ଅଧାରୁ ଅଧିକ ବସ୍ତ୍ର ପୋଡ଼ି ଛାରଖାର ହୋଇଯାଇଥିଲା। ତେବେ ସୁବାଶ ଦୋକାନ ବନ୍ଦ କରିବା ବେଳେ କିଛି ଅସୁବିଧା ନଥିଲା। ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। 

ଆଗକୁ ରଜ ଥିବାରୁ ସୁବାଶ ୫ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ମାଲ୍ ଆଣି ଦୋକାନରେ ସାଇତି ଥିଲେ। ଗତ ରବିବାର ଦିନ ୪୫ ହଜାର ଟଙ୍କାର ବେପାର ବି କରିଥିଲେ। ମହାଜନଙ୍କୁ ସୁଝିବାକୁ ଦୋକାନରେ ୩୦ ହଜାର ଟଙ୍କା ରଖିଥିଲେ। ଏବେ ସବୁକିଛି ଜଳିପୋଡ଼ି ଛାରଖାର ହୋଇଯାଇଛି। ଏନେଇ ସେ ନିକଟସ୍ଥ ଜେନାପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.