ପ୍ରମୂଖ ଖବର
  • ଗଞ୍ଜାମ: ଛତ୍ରପୁର ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଘେରାଉ
  • ||
  • ରାଉଲକେଲା: ଦଶାହ କର୍ମ ପାଇଁ ଆସିଥିବା ଯୁବକଙ୍କୁ ତୀର ମାଡ଼,ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି, ଅଭିଯୁକ୍ତ ଫେରାର
  • ||
  • ବୁଧବାର ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • 'ଏ ଜୋକର ଭାରତ ସହ ଲଢିବେ', ଜାଣନ୍ତୁ କେଉଁ ଫଟୋକୁ ନେଇ ପାକିସ୍ତାନ ଉପରେ ବର୍ଷିଲେ ୱୱେସୀ
  • ||
  • ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଶ ତଥା ରାଜ୍ୟର ସୁରକ୍ଷା ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ କଲେ ଆଲୋଚନା
  • ||
  • ଭଦ୍ରକ ଅଲଟ୍ରା ସାଉଣ୍ଡର ତ୍ରୁଟି ପୂର୍ଣ୍ଣ ରିପୋର୍ଟ ଅଭିଯୋ, ମୃତ ଶିଶୁକୁ ଧରି ରାସ୍ତାରୋକ, ଗାଡ଼ି ଚଳାଚଳ ଠପ୍‌
  • ||
  • ଗଞ୍ଜାମ: ବଡ଼ ଆର୍ଜିପଲ୍ଲୀରେ ଡେଙ୍ଗୁ ଆତଙ୍କ: ୧୩ବର୍ଷର ନାବାଳକର ମୃତ୍ୟୁ ଅଭିଯୋଗ, ୮ଜଣ ଆକ୍ରାନ୍ତ
  • ||
  • ନାକଟିଦେଉଳ : ବିଦ୍ୟୁତ୍ ଆଘାତରେ ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର
  • ||
  • ମୁଣ୍ଡ ନୁଆଁଇଲା ପାକିସ୍ତାନ; ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ଶହବାଜ୍ ସରିଫ୍
  • ||
  • ଗଞ୍ଜାମ: ଘର ଆଗରେ ଗଣ୍ଡଗୋଳ କରିବାକୁ ମନା କରିବାରୁ ଯୁବକଙ୍କୁ ଛୁରାମାଡ଼
  • ||
  • ଢ଼େଙ୍କାନାଳ: ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର , ପତ୍ନୀ ମୃତ, ସ୍ୱାମୀ ଓ ଶିଶୁପୁତ୍ର ଆହତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ଟେବୁଲ୍‌ ଟପ୍ପର ଲକ୍ଷ୍ୟରେ ରଜତ ବାହିନୀ
  • ||
  • ଚାଞ୍ଚଲ୍ୟ; ପ୍ରବଚନ ଶୁଣି ଫେରୁଥିଲେ, କାର୍‌ରୁ ମିଳିଲା ପରିବାରର ୭ ଜଣଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ରଥ ଖଳା ହାଲ୍‌ଚାଲ୍...ରଥ ବ୍ରେକ୍‌ ଅଖ ନିର୍ମାଣ ଆରମ୍ଭ, ଚକରେ ଲାଗୁଛି ପନ୍ଦାରି ଚାବି
  • ||
  • ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା,୨୯ ତାରିଖ ବେଳକୁ ମୌସୁମୀ ପହଞ୍ଚିପାରେ
  • ||

ଗୁହାଳରେ ଲାଗିଲା ନିଆଁ, ୭ ଗୋରୁ ଜୀବନ୍ତ ଦଗ୍ଧ

Published By : Harapriya Sethi | May 26, 2025 7:48 AM

ଚାନ୍ଦବାଲି, ୨୬/୦୫: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସିରେ ଭୀଷଣ ଅଗ୍ନିକାଣ୍ଡ । ରବିବାର ବିଳମ୍ବିତ ରାତିରେ ୱାର୍ଡ ନଂ-୧୩ ଗୋଲାଆଡ଼ିଆ ତଳବସ୍ତିରେ ଏକ ଗୋରୁ ଗୁହାଳରେ ନିଆଁ ଲାଗିଥିଲା । ଏହି ଭୟାବହ ଅଗ୍ନିକାଣ୍ଡରେ ୭ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ରହିଛି ଖବର ପାଇ ଚାନ୍ଦବାଲି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ଗୁହାଳଟି ସମ୍ପୂର୍ଣ୍ଣ ଭାବେ ପୋଡ଼ି ପାଉଁଶ ହୋଇଯାଇଥିଲା ।

ସୂଚନା ମୁତାବକ, ରବିବାର ରାତିରେ ଶେଖ୍ ୟୁସୁବ ଅଲ୍ଲୀଙ୍କ ଗୋରୁ ଗୁହାଳ ହଠାତ୍‌ ନିଆଁ ଲାଗିଯାଇଥିଲା । କେହି କିଛି ଭାବିବା ପୂର୍ବରୁ ନିଆଁ ପୂରା ଗୁହାଳରେ କାୟା ମେଲାଇଥିଲା । ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ ଗୋରୁଙ୍କୁ ଉଦ୍ଧାର କରିବା ସମ୍ଭବ ହୋଇପାରିନଥିଲା । ଯାହା ଫଳରେ ୭ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ଖବର ପାଇ ଚାନ୍ଦବାଲି ଅଗ୍ନିଶମ ବାହିନୀ ପହଞ୍ଚିଲା ବେଳକୁ ସବୁକିଛି ପୋଡ଼ି ପାଉଁଶ ହୋଇଯାଇଥିଲା ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.