ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଓଡ଼ିଶା କ୍ରିକେଟ ସଂଘ ବୈଠକ ଗୃହରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତରେ ଆଣିବାକୁ ଅଗ୍ନିଶମ କର୍ମଚାରୀ ଉଦ୍ୟମ

Published By : Swapna Ray | July 12, 2025 3:11 PM

କଟକ, ୧୨।୭: ବାରବାଟୀ ଷ୍ଟାଡିୟମ୍ ପରିସରରେ ଥିବା ରାଜ୍ୟ କ୍ରିକେଟ ସଂଘ ଓସିଏର ବୈଠକ ଗୃହରେ ଅଗ୍ନିକାଣ୍ଡ । ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ଗୃହର ଝରକା ଦେଇ ଧୂଆଁ ବାହାରୁଥିବା ଦେଖି କର୍ମଚାରୀମାନେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ନିଆଁ ଲିଭାଇବାକୁ ବକ୍ସିବଜାର କେନ୍ଦ୍ରରୁ ଦୁଇଟି ଦମକଳ ଗାଡ଼ି ଆସିଥିବା ବେଳେ ଅଗ୍ନିଶମ କର୍ମଚାରୀ ଘର ବାହାରପଟୁ କାଚ ଝରକା ଭାଙ୍ଗି ପ୍ରବେଶ କରିଥିଲେ । ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରହିଛି । 

ତେବେ ଅଗ୍ନିକାଣ୍ଡର କାରଣ ଏଯାବତ ଜଣାପଡ଼ନାହିଁ । ଉକ୍ତ ଗୃହରେ କିଛି ଚେୟାର ଓ ଟେବୁଲ ରହିଛି । ଘର ଭିତର ଇଣ୍ଟେରିଅର ଡିଜାଇନ ହୋଇଥିବାରୁ ତାହା ବିପଦ ବଢ଼ାଇପାରେ ବୋଲି ଅଗ୍ନିଶମ କର୍ମଚାରୀ ଆଶଙ୍କା କରୁଛନ୍ତି । ଶନିବାର ଉକ୍ତ ଗୃହ ବନ୍ଦ ଥିବା ବେଳେ ଏଭଳି ନିଆଁ ଲାଗିଥିବା କୁହାଯାଉଛି । ତେବେ ଖୁବ୍‌ଶୀଘ୍ର ନିଆଁକୁ ଆୟତ୍ତ କରାଯିବ ବୋଲି ସୂଚନା ଦିଆଯାଇଛି । 

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.