ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ତାଜ୍‌ ଏକ୍ସପ୍ରେସ୍‌ର ୩ଟି ବଗିରେ ଲାଗିଗଲା ନିଆଁ, କାରଣ ଅସ୍ପଷ୍ଟ

Image Courtesy: yespunjab

ନୂଆଦିଲ୍ଲୀ: ତାଜ୍‌ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଆଜି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍‌ର ୩ଟି ବଗିରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି । ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲେ ହେଁ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି । ସେପଟେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି । ନୂଆଦିଲ୍ଲୀର ତୋଗଲକାବାଦ୍‌-ଓଖଲା ମଧ୍ୟରେ ଏହି ଅଘଟଣ ଘଟିଛି। 

ଦିଲ୍ଲୀ ଅଗ୍ନିଶମ ବାହିନୀର ଜଣେ ଅଧିକାରୀ କହିଛନ୍ତି ଯେ, ତାଜ୍‌ ଏକ୍ସପ୍ରେସ୍‌ ଟ୍ରେନ୍‌ର ୩ଟି କୋଚ୍‌ରେ ନିଆଁ ଲାଗିଥିବା ନେଇ ଅପରାହ୍ନ ୪ଟା ୨୪ ମିନିଟ୍‌ରେ ଖବର ପାଇଥିଲୁ। ଏହା ପରେ ୮ଟି ଦମକଳ ଗାଡ଼ିକୁ ସେଠାକୁ ପଠାଯାଇଥିଲା।

ସେପଟେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ । ମିଳିଥିବା ସୂଚନା ଅନୁସାରେ, ଏକ୍ସପ୍ରେସର D3 ଏବଂ D4 ବଗି ଜଳିପୋଡ଼ି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ D2 କ୍ଷତିଗ୍ରସ୍ତ ହୋଇଛି । ଅଗ୍ନିକାଣ୍ଡ ଘଟିବା ପରେ ସେଥିରେ ଥିବା ଯାତ୍ରୀମାନେ ଅନ୍ୟ ବଗିକୁ ଚାଲିଯାଇଥିଲେ । କେତେକ ଯାତ୍ରୀ ଟ୍ରେନ୍‌ରୁ ଓହ୍ଳାଇ ପଡ଼ିଥିଲେ । ଫଳରେ କେହି ମୃତାହତ ହୋଇନଥିବା ଦିଲ୍ଲୀର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।

  • delhi
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.