ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

Published By : Harapriya Sethi | January 23, 2025 7:19 AM

ଭଦ୍ରକ,୨୩/୦୧: ବିଳମ୍ବିତ ରାତିରେ ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ବୈଦୁତିକ ସାମଗ୍ରୀ । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଭଦ୍ରକ ଜିଲ୍ଲା ଧୁସୁରି ବଜାରରେ ଥିବା ଏଟିଏସ୍‌ ଇଲେକ୍ଟ୍ରୋନିକ୍ସ ଦୋକାନରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବୁଧବାର ବିଳମ୍ୱିତ ରାତିରେ ଧୁସୁରି ବଜାରରେ ଥିବା ଏଟିଏସ୍‌ ଇଲେକ୍ଟ୍ରୋନିକ୍ସ ଦୋକାନରେ ନିଆଁ ଲାଗି ଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ କିନ୍ତୁ ନିଆଁ ଉଗ୍ରରୂପ ଧାରଣ କରିଥିଲା । ଏହା ଦେଖି ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଧାମନଗର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଯାହା ଫଳରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ନିକଟରେ ଥିବା ଅନ୍ୟ ଦୋକାନ ଗୁଡ଼ିକ ମଧ୍ୟ ନିଆଁରୁ ବର୍ତ୍ତି ଯାଇଛି । ତେବେ ଏହି ଅଗ୍ନିକାଣ୍ଡରେ ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ବୈଦୁତିକ ସାମଗ୍ରୀ ଜଳି ଯାଇଥିବା ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.