ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କମଳା ପଦର ଗାଁରେ ଅଗ୍ନିକାଣ୍ଡ, ସଟ୍‌ ସର୍କିଟରୁ ଗ୍ୟାସ୍‌ ଟାଙ୍କି ଫାଟି ଜଳିଗଲା ୧୨ ବଖରା ଘର

Published By : Harapriya Sethi | October 28, 2024 7:36 AM

ଛତ୍ରପୁର/ଖଲିକୋଟ,୨୮/୧୦: ଖଲିକୋଟ ତହସିଲ କମଳାପଦର ଗାଁ ରେ ରବିବାର ବିଳମ୍ବିତ ରାତିରେ ବିଦ୍ୟୁତ ସଟସର୍କିଟରୁ ନିଆଁ ଲାଗିଥିଲା l ନିଆଁ ଲାଗି ଗ୍ୟାସ ଗ୍ୟାସ ସିଲିଣ୍ଡରକୁ ଧରିବା ଫଳରେ ଗ୍ୟାସ ସିଲିଣ୍ଡର ଫାଟି ୧୨ ବଖରା ଘର ଜଳିଯାଇଛି l ଏହି ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଏଭଳି ଅଘଟଣ ଘଟିଛି । 

ସୂଚନା ମୁତାବକ, ରବିବାର ବିଳମ୍ବିତ ରାତିରେ ପରିବାର ସହ ଶୋଇଥିବା ବେଳେ ଜଣଙ୍କ ଘରେ ସଟ୍‌ ସର୍କିଟ ହୋଇ ନିଆଁ ଲାଗିଥିଲା l ନିଆଁ ଲାଗିବା ବେଳେ ଘରେ ପରିବାର ସହ ଶୋଇଥିବା ବେଳେ ନିଆଁ ଲାଗି ତାର ତାତି ଜାଣିବା ପରେ ସମସ୍ତ ପରିବାର ଘର ବାହାରକୁ ଚାଲିଯାଇଥିଲେ । ପରେ ଏହା ଭୟାନକ ରୂପ ନେଇ ଗ୍ୟାସ୍‌ ସିଲିଣ୍ଡରରେ ନିଆଁ ଲାଗି ଯାଇଥିଲା ଏବଂ ଗ୍ୟାସ୍‌ ସ୍ଲିଣ୍ଡର ଫାଟି ଯାଇଥିଲା । ଗ୍ୟାସ ସିଲିଣ୍ଡର ଫାଟି ୧୨ଟି ଟିଣ ଚଦର ଥିବା ଘର ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି ଘଟଣାରେ ଲକ୍ଷାଧିକ ଟଙ୍କାରେ ସମ୍ପତ୍ତି ସହ ବହୁ ଆସବାବ ପତ୍ର ଏବଂ ଅନ୍ୟାନ୍ୟ ଜିନିଷ ମଧ୍ୟ ପୋଡ଼ିଯାଇଛି । ଏହି ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡିଛି l 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.