ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ମିକ୍ସଚର ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ, ପୋଡ଼ି ପାଉଁଶ ହେଲା ସାମଗ୍ରୀ

Published By : Harapriya Sethi | March 8, 2025 7:57 AM

ଭୁବନଶ୍ୱର, ୦୮/୦୩: ଭୁବନେଶ୍ୱର ସହିଦନଗରରେ ଅଗ୍ନିକାଣ୍ଡ । ମୁଖରୁଚି ନାମକ ମିକ୍ସଚର ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ । ପୋଡ଼ି ପାଉଁଶ ହେଲା ଖାଦ୍ୟ ସାମଗ୍ରୀ ସହ ଅନ୍ୟାନ୍ୟ ଉପକରଣ । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।  

ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ସୂଚନା ମୁତାବକ, ସହିଦନଗର ଅଞ୍ଚଳରେ ଥିବା ମୁଖରୁଚି ନାମକ ମିକ୍ସଚର ଫ୍ୟାକ୍ଟ୍ରି ତଥା ଦୋକାନରେ ଶନିବାର ସକାଳୁ ନିଆଁ ଲାଗିଯାଇଥିଲା । ଦେକାନ ଭିତରେ ନିଆଁ ଲାଗିବା କାରଣରୁ ପ୍ରବଳ ମାତ୍ରାରେ ଧୂଆଁ ଉଠିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶନ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଟିମ୍‌ ପହଞ୍ଚିଛନ୍ତି । ସେଠାରେ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲା । କିଛି ସମୟ ମଧ୍ୟରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀର ଟିମ୍‌ । ତେବେ କେଉଁ କାରଣରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଛି, ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.