ପ୍ରମୂଖ ଖବର
  • ଶେରଗଡ଼ : ଚୁଡି ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ରିମାଣ୍ଡରେ ଆସିବ ଅଭିଯୁକ୍ତ ପୁରୁଷ ବନ୍ଧୁ
  • ||
  • କୂଅରୁ ମିଳିଲା ବଲାଙ୍ଗୀର : ୱାର୍ଡ଼ ମେମ୍ବରଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କିଟ୍ ଛାତ୍ରୀ ମୃତ୍ୟୁ ମାମଲା: ପୋଲିସକୁ ମିଲିଲା ସୁଇସାଇଡ୍‌ ନୋଟ୍‌
  • ||
  • AIIMSରେ ସିବିଆଇ ରେଡ୍‌, ନିଯୁକ୍ତି ସ୍କାମ୍‌ର ଚାଲିଛି ତାନାଘନା
  • ||
  • ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • କଟକ : ପରକୀୟା ପ୍ରୀତିକୁ ନେଇ ହତ୍ୟା, ଶାବଳରେ ପିଟି ପିଟି ୬୨ ବର୍ଷିୟ ବୃଦ୍ଧଙ୍କୁ ହତ୍ୟା କଲା ସ୍ୱାମୀ
  • ||
  • ବୋରିଗୁମ୍ମା : ରାସ୍ତା ମଝିରେ ଥିବା ଟ୍ରକ୍‌କୁ ପିଟିଲା ବାଇକ୍‌, ୨ ମୃତ
  • ||
  • ବାଲେଶ୍ୱର : ଭାରସାମ୍ୟ ହରାଇ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ
  • ||
  • କଟକ : ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ, କାରଣ ଅସ୍ପଷ୍ଟ
  • ||

ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Published By : Harapriya Sethi | January 2, 2025 7:36 AM

ସୋର,୦୨/୦୧: ବୁଧବାର ରାତିରେ ବଙ୍ଗାଳପୁର ଇଶାନ ଗାଁରେ ଜଳିଗଲା ୪ ବଖରା ଘର । ଅଗ୍ନିକାଣ୍ଡ ଫଳରେ ଘରେ ଥିବା ୪୦ କୁଇଣ୍ଟାଲ ଧାନ ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ । ଗୁହାଳରେ ମଶାଙ୍କ ପାଇଁ ଦିଆଯାଇଥିବା ଧୁଆଁରୁ ଅଗ୍ନିକାଣ୍ଡ ଘଟିଥିବା ଅନୂମାନ କରାଯାଉଛି । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବଙ୍ଗାଳପୁର ଇଶାନ ଗାଁରେ ଏଭଳି ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବୁଧବାର ରାତିରେ ବଙ୍ଗାଳପୁର ଇଶାନ ଗାଁର ଧିରେନ ମଲ୍ଲିକଙ୍କ ଘରେ ହଠାତ ନିଆଁ ଲାଗି ଯାଇଥବାର ଦେଖିବାକୁ ପାଇଥିଲେ ଗ୍ରାମବାସୀ । ଏହା ଦେଖି ତୁରନ୍ତ ଗାଁଲୋକେ ଉଦ୍ଧାର କାର୍ଯ୍ୟରେ ଲାଗିପଡିଥିଲେ । ଏହା ସହ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ମଧ୍ୟ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଉଭୟ ପହଞ୍ଚି ଥିଲେ । ଅଗ୍ନିଶମ ବାହିନୀର ଏକ ଟିମ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି ଅଗ୍ନିକାଣ୍ଡ ଫଳରେ ଅମଳ ହୋଇ ଘରେ ଥିବା ୪୦ କୁଇଣ୍ଟାଲ ଧାନ ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ତେବେ ଗୁହାଳରେ ମଶାଙ୍କ ପାଇଁ ଦିଆଯାଇଥିବା ଧୁଆଁରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.