ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ଛତ୍ରପୁର ବ୍ରାଞ୍ଚରେ ଅଗ୍ନିକାଣ୍ଡ, ବଡ ଧରଣର କ୍ଷୟକ୍ଷତି ହୋଇନଥିବା ସୂଚନା

Published By : Harapriya Sethi | November 2, 2024 1:44 PM

ଛତ୍ରପୁର,୦୨/୧୧: ଭାରତୀୟ ଷ୍ଟେଟ ବ୍ୟାଙ୍କର ଛତ୍ରପୁର ଶାଖାରେ ଅଗ୍ନିକାଣ୍ଡ । ସଟ୍‌ ସର୍କିଟରୁ ବ୍ୟାଙ୍କରେ ନିଆଁ ଲାଗିଥିବା ବେଳେ ଛତ୍ରପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ଏହି ଅଗ୍ନିକାଣ୍ଡରେ କୌଣସି ବଡ଼ ଧରଣର କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍‌ରେ ଏଭଳି ଘଟଣା ଘଟିଛି ।  

ସୂଚନା ମୁତାବକ, ଶନିବାର ବ୍ୟାଙ୍କର ଉପର ମହଲାରୁ ଧୂଆଁ ବାହାରୁଥିବା କିଛି ଲୋକ ଦେଖିଥିଲେ । ଏହା ଦେଖି ଗ୍ରାହକ ଓ କର୍ମଚାରୀ ଭୟରେ ବାହାରକୁ ଦୌଡ଼ିଥିଲେ । ବ୍ୟାଙ୍କର କର୍ମଚାରୀ ଏହି ଘଟଣା ସମ୍ୱନ୍ଧରେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ଏହି ଘଟଣା ହେବାରୁ କିଛି ଘଣ୍ଟା ପାଇଁ ବ୍ୟାଙ୍କ ସେବା ବନ୍ଦ ରହିଥିଲା । ବ୍ୟାଙ୍କର ଉପର ମହଲାରେ ଲାଗିଥିବା ସୋଲାର ପାନେଲରୁ ହିଁ ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ଜଣାପଡିଛି । ଏହି ଘଟଣାରେ ବ୍ୟାଙ୍କର କୌଣସି ବଡ଼ ଧରଣର କ୍ଷତି ହୋଇନଥିବା ଜଣାପଡିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.