ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଧାନ ଖଳାରେ ଲାଗିଲା ନିଆଁ, ଜଳିଗଲା ୨ ଗଦା ଧାନ

Published By : Rasmita Pradhan | January 9, 2025 1:07 PM

ଆସ୍କା, ୦୯/୦୧ : ଧାନ ଖଳାରେ ନିଆଁ ଲାଗି ଜଳିଗଲା ୨ ଗଦା ଧାନ। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଜାହାଡ଼ା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଦୁଇଟି ଧାନ ଗଦା ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର୍ ହୋଇଯାଇଛି। ଗ୍ରାମର ବିଷ୍ଣୁ ନାୟକ ଓ ପଞ୍ଚାନନ ପରିଡ଼ା ନାମକ ଦୁଇ ଚାଷୀଙ୍କ ଧାନ ଗଦା ପୋଡି ଯାଇଛି। 

ସୂଚନାନୁଯାୟୀ, ଜାହାଡ଼ା ଗ୍ରାମର ବିଷ୍ଣୁ ନାୟକ ଓ ପଞ୍ଚାନନ ପରିଡ଼ା ଅମଳ ପାଇଁ ଧାନ କାଟି ଖଳାରେ ଗଦା କରିଥିଲେ। ଗୁରୁବାର ସକାଳେ ଧାନ ଖଳାରେ ନିଆଁ ଲାଗିଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିଲେ। ଦୁଇଟି ଧାନ ଗଦା ସମ୍ପୂର୍ଣ୍ଣ ଜଳିପୋଡି ଛାରଖାର ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ବର୍ଷ ଯାକର ପରିଶ୍ରମ ଆଖି ଆଗରେ ଜଳି ଯାଇଛି। ଧାର ଉଧାର କରି ଚାଷ କରିଥିବା ଚାଷୀ ଏବେ ସର୍ବସ୍ଵାନ୍ତ ହୋଇପଡିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.