ପ୍ରମୂଖ ଖବର
  • କଟକ : ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ
  • ||
  • ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ, ଦାୟିତ୍ବ ନେଲେ ଭି. ନାରାୟଣନ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବୈତରଣୀରେ ପକାଇବେ ମକର ବୁଡ଼
  • ||
  • ଶ୍ରୀଲିଙ୍ଗରାଜ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ବିବାଦ, ରାତି ୮ଟାରୁ ପ୍ରଭୁଙ୍କ ନୀତିକାନ୍ତି ବନ୍ଦ
  • ||
  • ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି, ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ହେବ ସ୍ୱତନ୍ତ୍ର ବେଶ
  • ||
  • ରାଜ୍ୟରେ ସାମାନ୍ୟ କମିଲା ଶୀତ, ୪ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ନାହିଁ
  • ||

ପାଇପ୍ ଗୋଦାମରେ ଅଗ୍ନିକାଣ୍ଡ, ଅଳିଆ ଗଦାରୁ ବ୍ୟାପିଲା ନିଆଁ

Published By : Prameya | February 10, 2024 12:57 PM

ଭୁବନେଶ୍ଵର, ୧୦/୦୨ : ଭୁବନେଶ୍ଵର ଇନ୍ଫୋସିଟି ଥାନା ଚନ୍ଦକା ଶିଳ୍ପାଞ୍ଚଳରେ ଥିବା ଲିଙ୍ଗରାଜ ପାଇପ୍ ଗୋଦାମରେ ଅଗ୍ନିକାଣ୍ଡ। ଅଳିଆ ଜାଳିବା ବେଳେ ପାଇପ୍‌ ରେ ଲାଗିଲା ନିଆଁ। ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଚଳାଇଛି।

ସୂଚନାନୁଯାୟୀ, ଇନ୍ଫୋସିଟି ଥାନା ଚନ୍ଦକା ଶିଳ୍ପାଞ୍ଚଳରେ ଥିବା ଲିଙ୍ଗରାଜ ପାଇପସ୍ ଗୋଦାମରେ ଥିବା ଅଳିଆ ଗଦାରେ କିଛି ବ୍ୟକ୍ତି ନିଆଁ ଲଗାଇ ଦେଇଥିଲେ। ନିଆଁ କ୍ରମଶଃ ଚାରିଆଡ଼େ ବ୍ୟାପିଥିଲା। ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଚଳାଇଛି। ଦୁଇଟି ଦମକଳ ଗାଡ଼ି ନିୟୋଜିତ ହୋଇଛନ୍ତି। ଏପର୍ଯ୍ୟନ୍ତ ଲିଆଁ ଲିଭା କାର୍ଯ୍ୟ ଜାରି ରହିଥିବା ବେଳେ କେହି ଆହାତ ହୋଇ ନଥିବା ଜଣାପଡ଼ିଛି।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.