ପ୍ରମୂଖ ଖବର
  • ଅବସର ପରେ କରିପାରିବେ ଶିକ୍ଷକତା, ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ
  • ||
  • ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି, ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା
  • ||
  • ମୟୂରଭଞ୍ଜ : ସାପ କାମୁଡାରେ ଚାଲିଗଲା ୨ ମହିଳାଙ୍କ ଜୀବନ
  • ||
  • ଅନ୍ନଦାତାଙ୍କୁ ପିଏମ୍ କିଷାନ ଟଙ୍କା, ୯ କୋଟି ୭୧ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୨୦ତମ କିସ୍ତି
  • ||
  • ଅପରେସନ୍ ଅଖଲ; କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିପାତ
  • ||
  • କରଞ୍ଜିଆ: ବିଲ ମଝିରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ; ମହିଳା ମୃତ, ପୁରୁଷ ଗୁରୁତର
  • ||
  • ଅପରେସନ୍ ଅଖଲ, ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଜଣେ ଆତଙ୍କୀ ନିପାତ
  • ||
  • ଢେଙ୍କାନାଳ : ଚାଷୀଙ୍କୁ ଦଳିଦେଲା ଦନ୍ତା, ମୁଣ୍ଡରୁ ଅଲଗା ହେଲା ଗଣ୍ଡି
  • ||
  • ବିଜେଡି ନେତା ରାଜା ଚକ୍ରଙ୍କୁ ୧୫ ଦିନ ଜାମିନ୍‌, ଶଶୁରଙ୍କ ଦଶାହ କର୍ମରେ ଯୋଗ ଦେବାକୁ ମିଳିଛି ଅନ୍ତରୀଣ ବେଲ୍
  • ||
  • ବ୍ରହ୍ମପୁର: ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି
  • ||
  • ରାଜନୀତି ଛାଡ଼ିବାକୁ ଘୋଷଣା କଲେ କମଲା ହାରିସ୍‌, କହିଲେ 'ଆମ ବ୍ୟବସ୍ଥା ଭାଙ୍ଗି ସାରିଛି...'
  • ||
  • ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ଶାଢୀ ମହଲରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୭୦ ଲକ୍ଷ ଟଙ୍କାର ଜିନିଷ

Published By : Rasmita Pradhan | August 2, 2025 10:51 AM

ଉଦଳା, ୦୨/୦୮ : ଶାଢୀ ମହଲରେ ଭୟାବହ ଅଗ୍ନିକାଣ୍ଡ। ହୁ ହୁ ହୋଇ ଜଳିଲା ଦୋକାନ ଘର। ଜଳିଗଲା ୭୦ ଲକ୍ଷ ଟଙ୍କାର ଶାଢ଼ୀ। ଶୁକ୍ରବାର ବିଳମ୍ଵିତ ରାତିରେ ମୟୂରଭଞ୍ଜ ଜିଲ୍ଲା ଉଦଳା ମାର୍କେଟ୍ ମଝିରେ ଥିବା ଶାଢୀ ମହଲରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ୩ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଛି।  

ସୂଚନାନୁଯାୟୀ, ଶୁକ୍ରବାର ବିଳମ୍ଵିତ ରାତିରେ ଉଦଳା ମାର୍କେଟରେ ଥିବା ଶାଢ଼ୀ ମହଲରେ ଅଚାନକ ନିଆଁ ଲାଗିଯାଇଥିଲା। ସଟର ଦେଇ ଧୂଆଁ ବାହାରିବାରୁ ରାତ୍ରୀ ଜଗୁଆଳି ଏହା ଦେଖି ଦୋକାନ ମାଲିକଙ୍କୁ ଫୋନ କରିବା ସହିତ ଦମକଳ ବାହିନୀକୁ ଖବର ଦେଇଥିଲେ। ଉଦଳା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ୩ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲା। ହେଲେ ସେତେବେଳକୁ ଦୋକାନରେ ଥିବା ଶାଢ଼ୀ, ପାଟ ଶାଢ଼ୀ, ଅନ୍ୟାନ୍ୟ ସାମଗ୍ରୀ ସବୁ ଜଳିପୋଡ଼ି ନଷ୍ଟ ହୋଇଯାଇଥିଲା। ଏହି ଅଗ୍ନିକାଣ୍ଡରେ ପ୍ରାୟ ୭୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ହୋଇଥିବା କୁହାଯାଉଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.