ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଜେ ରାମପଲ୍ଲୀ ଗ୍ରାମରେ ଗୁଳିକାଣ୍ଡ, ମହିଳା ଗୁରୁତର

Published By : Harapriya Sethi | May 22, 2025 10:35 AM

ବେଗୁନିଆପଡ଼ା, ୨୨/୦୫: କୋଦଳା ଥାନା ଜେ ରାମପଲ୍ଲୀ ଗାଁରେ ଗୁଳିକାଣ୍ଡ । ବିଳମ୍ବିତ ରାତିରେ ଗୁଳିମାଡ଼ରେ ଭାବିନୀ ରାଉତ ନାମକ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଜେ ରାମପଲ୍ଲୀ ଗାଁରେ ଏବଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗାଁର ଜଣେ ଯୁବକ ରାତିରେ ଭାବିନୀଙ୍କ ଛାତରେ ଅନ୍ୟ ଜଣଙ୍କ ଘରକୁ ଯାଉଥିଲେ । ଭାବିନୀ ଏହାକୁ ପ୍ରତିବାଦ କରୁଥିଲେ ଏବଂ ଯୁବକଙ୍କ ପରିବାର ଲୋକଙ୍କୁ କହିଦେଇଥିଲେ । ଏଥିରେ ରାଗି ଯାଇ ସଂପୃକ୍ତ ଯୁବକ ଜଣକ ଆସି ଭାବିନୀଙ୍କୁ ଗୁଳି କରିଥିଲେ । ଯାହା ଫଳରେ ଭାବିନୀଙ୍କ ପେଟରେ ଗୁଳି ବାଜିଛି । ମହିଳାଙ୍କୁ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଡାକ୍ତର ପ୍ରକାଶ କରିଛନ୍ତି । ସେପଟେ ଘଟଣା ସମ୍ପର୍କରେ ଖବର ପାଇ ପୁଲିସ ଘଟଣାର ତଦନ୍ତ କରୁଥିବା ବେଳେ ଅଭିଯୁକ୍ତ ଫେରାର ହୋଇଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.