ପ୍ରମୂଖ ଖବର
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ନଭେମ୍ୱର ୨୧ ଓ ୨୨ ତାରିଖରେ ଶରଧାବାଲିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା

Published By : Harapriya Sethi | November 20, 2024 3:05 PM

ପୁରୀ,୨୦/୧୧: ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ନଭେମ୍ୱର ୨୧ ଓ ୨୨ ତାରିଖରେ ଶରଧାବାଲି ଠାରେ ଅନୁଷ୍ଠିତ ହେବ । ଏଥିରେ ୩୦ ଟି ଷ୍ଟଲ ସହ ଦୈନିକ ୭୦୦ ରୁ ଉର୍ଦ୍ଧ୍ବ ମତ୍ସ୍ୟ ଓ ପ୍ରାଣୀ ସମ୍ପଦର ହିତାଧିକାରୀଙ୍କ ମଧ୍ୟରେ ଆଲୋଚନା ଅନୁଷ୍ଠିତ ହେବ ବୋଲି କହିଛନ୍ତି ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା ଶରତ କୁମାର ବେହେରା ଓ ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଭୂତି ରଞ୍ଜନ ରାଉତ ।

ବୁଧବାର ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ମିଳିତ ସହଯୋଗରେ ୨ ଦିନିଆ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳାର ଆୟୋଜନ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ସୂଚନା ଦେଇ ଉଭୟ ଅଧିକାରୀ ମତ୍ସ୍ୟ ଓ ପ୍ରାଣୀ ସମ୍ପଦର ବିକାଶ ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି କହିଥିଲେ । ହିତାଧିକାରୀ ମାନେ ଏହା ଦ୍ଵାରା ଉପକୃତ ହେବା ସହ ଆର୍ଥିକ ସମୃଦ୍ଧି ଲାଭ, ସେମାନଙ୍କ ମଧ୍ୟରେ ଥିବା ସମସ୍ୟାର ସମାଧାନ ଓ ନୂତନ ଜ୍ଞାନ ଆହରଣର ବ୍ୟବସ୍ଥା କରାଯାଇଛି । ବିଭାଗର ବିବିଧ ଯୋଜନା, ସହାୟତା ଓ ସହଯୋଗ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ହିତାଧିକାରୀ ଯେପରି ଏହା ଦ୍ଵାରା ଆକୃଷ୍ଟ ହୋଇ ଉପକୃତ ହେବେ ସେଥିପାଇଁ ଏ ମେଳାର ଆୟୋଜନ କରାଯାଇଛି ବୋଲି ସେମାନେ କହିଥିଲେ । 

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ସମ୍ପର୍କରେ ଅଧିକ ସଚେତନତା ସୃଷ୍ଟି ଏହି ମେଳା ଦ୍ଵାରା ସହଜ ହୋଇ ପାରିବ। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଚାଷ କ୍ଷେତ୍ରରେ ଶ୍ରେଷ୍ଠ ହିତାଧିକାରୀଙ୍କୁ ଏହି ମେଳାରେ ସମ୍ବର୍ଦ୍ଧିତ କରାଯିବା ସହ ମତ୍ସ୍ୟ ଓ ପ୍ରାଣୀ ସମ୍ପଦର ପ୍ରଦର୍ଶନୀ ମଧ୍ୟ କରାଯିବ । ସାସ୍କୃତିକ କାର୍ଯ୍ୟକ୍ରମ ସହ ଏଲଇଡି ସ୍କ୍ରିନ ମାଧ୍ୟମରେ ବିବିଧ ସୂଚନା ପ୍ରଦାନ କରାଯିବ ବୋଲି ସେ ସୂଚନା ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଅତିରିକ୍ତ ଜିଲ୍ଲା ପ୍ରାଣୀ ସମ୍ପଦ ଅଧିକାରୀ ରାଜେଶ କୁମାର ପାଣିଗ୍ରାହୀ ଓ ଅନ୍ୟାନ୍ୟ କର୍ମଚାରୀମାନେ ଯୋଗ ଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.