ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଅକ୍ଷୟ ତୃତୀୟାରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ୫ ଡଙ୍ଗା

Published By : Rasmita Pradhan | April 12, 2025 12:27 PM

ଭୁବନେଶ୍ଵର, ୧୨/୦୪ : ଆସନ୍ତା ୩୦ ତାରିଖରେ ପଡ଼ୁଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ଠାରୁ ଆରମ୍ଭ ହେବ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା। ନରେନ୍ଦ୍ର ସରୋବରରେ ନନ୍ଦା ଓ ଭଦ୍ରା ଚାପରେ ନୌକାବିହାର କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମାଙ୍କ ସହ ଭୂଦେବୀ, ଶ୍ରୀଦେବୀ ଓ ପଞ୍ଚୁ ପାଣ୍ଡବ। ଏଥିପାଇଁ ଚୈତ୍ର ପୂର୍ଣ୍ଣିମା ଅବସରରେ ରଥ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ଓ ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ଵାବଧାନରେ ଭୋଇ ସେବାୟତମାନେ ନରେନ୍ଦ୍ର ସରୋବରରୁ ଡଙ୍ଗା କାଢିଛନ୍ତି। ନନ୍ଦା ଓ ଭଦ୍ରା ଚାପରେ ବ୍ୟବହୃତ ଚାରୋଟି ଡଙ୍ଗା ସହ ବୈଜୟନ୍ତରୀ ଡଙ୍ଗାକୁ ମିଶାଇ ପାଞ୍ଚୋଟି ଡଙ୍ଗା କଢାଯାଇଛି। ଏହି ଡଙ୍ଗା ଗୁଡିକ ଶୁଖାଯିବା ସହ ଏହାର ଆବଶ୍ୟକୀୟ ମରାମତି କରାଯିବ।

ଗତବର୍ଷ ଚନ୍ଦନ ଯାତ୍ରା ସରିବା ପରେ ଏହି ଡଙ୍ଗା ଗୁଡିକ ନରେନ୍ଦ୍ର ପୁଷ୍କରିଣୀରେ ବୁଡାଇ ରଖାଯାଇଥିଲା। ଶନିବାର ସକାଳୁ ୩୦ ଜଣ ଭୋଇ ସେବାୟତ ଅକ୍ଳାନ୍ତ ପରିଶ୍ରମ କରି ଏହି ପାଞ୍ଚୋଟି ଡଙ୍ଗାକୁ ପାଣି ଭିତରୁ କାଢିଛନ୍ତି।


ଏହି ଖବରଟିକୁ ପଢନ୍ତୁ-ରଥଯାତ୍ର ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ,ଏକ୍ସରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.