ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

କାର୍-ବସ୍ ମୁହାଁମୁହିଁ ଧକ୍କା, ୫ ଡାକ୍ତରୀ ଛାତ୍ର ମୃତ

Published By : Anindita Ratha | December 3, 2024 8:26 AM

ନୂଆଦିଲ୍ଲୀ,୦୩/୧୨: କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାର୍-ବସ୍ ମୁହାଁମୁହିଁ ଧକ୍କା । ଫଳରେ ୫ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। କେରଳର ଆଲାପୁଝା ଜିଲ୍ଳା କାଲାରକୋଡ ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । 

ସୂଚନା ମୁତାବକ, ଗତକାଲି ଅର୍ଥାତ ସୋମବାର ବିଳମ୍ବିତ ରାତିରେ କେରଳର ଆଲାପୁଝା ଅଞ୍ଚଳରେ କାର- ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । କାରରେ  ୭ ଜଣ ଥିବା ବେଳେ ସେଥିରୁ ୫ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଏନେଇ ଖବର ପାଇ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ  କରିଥିଲା । ଏହି ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।   ଗୁରୁତର ୨ଜଣଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ବସଟି ଅଧିକ କ୍ଷତିଗ୍ରସ୍ତ ହୋଇନଥିବା ବେଳେ କିଛି ଯାତ୍ରୀ ସାମାନ୍ୟ ଆହାତ ହୋଇଥିବା ଜଣାପଡିଛି । ତେବେ ମୃତ ମେଡିକାଲ ଛାତ୍ରମାନେ ହେଲେ ଲାକ୍ଷାଦ୍ୱୀପର ବୋଲି ଜଣାପଡିଛି । ସେମାନେ ହେଲେ ଦେବାନନ୍ଦ ଏବଂ ମହମ୍ମଦ ଇବରାହିମ, ଆୟୁଶ ଶାଜି, ଶ୍ରୀଦୀପ ଭଲସନ୍ ଏବଂ ମହମ୍ମଦ ଜବର । ସମସ୍ତେ ଆଲାପୁଝା ଟିଡି ମେଡିକାଲ କଲେଜର ଛାତ୍ର ବୋଲି ଜଣାପଡ଼ିଛି । ତେବେ ଦୃତ ଗତିରେ ଗାଡ଼ି ଚାଳନା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ସ୍ଥାନୀୟ ବାସିନ୍ଦା ସୂଚନା ଦେଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.