ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ନିର୍ବାଚନକୁ ଦୃଷ୍ଟିରେ ରଖି ଦାରିଙ୍ଗବାଡି ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ

ଦାରିଙ୍ଗବାଡ଼ି, ୨୧/୩,: ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଭିନ୍ନ ପର୍ଯ୍ୟାୟ ରେ ୨୦୨୪ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ । କନ୍ଧମାଳ ଜିଲ୍ଲାରେ ଦ୍ବିତୀୟ ପର୍ଯ୍ୟାୟରେ ମେ ୨୦ ତାରିଖ ଦିନ ନିର୍ବାଚନ ଅନୁଷ୍ଟିତ ହେବ । ଏହାକୁ ଆଖି ଆଗରେ ରଖି ନିର୍ବାଚନ କିପରି ଅବାଧ ଓ ଶୃଙ୍ଖଳିତ ଭାବେ ହେବ ସେଥିପାଇଁ ଦାରିଙ୍ଗବାଡ଼ି ପୋଲିସର ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି।  ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ଵ୍ୟବସ୍ଥା କିପରି ଠିକ ରହିବ ଓ ନିର୍ବାଚନ କିପରି ଶାନ୍ତିଶୃଙ୍ଖଳା ଭାବେ ସମ୍ପୂର୍ଣ୍ଣ ହେବ ସେଥିପାଇଁ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି  । ଥାନା ରୁ ଆରମ୍ଭ ହୋଇ ଚାରିଛକ, ତିନିଛକ, ଶିବ ମନ୍ଦିର ସାହି, ସାରିଂଇର୍ପି ଆଦି ଅଞ୍ଚଳରେ ଏହି ଫ୍ଲାଗ ମାର୍ଚ୍ଚ କରାଯାଇଛି। 

 ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ରଙ୍କ ନେତୃତ୍ୱରେ ଏସଆଇ ଜିତେନ୍ଦ୍ର ବେହେରା, ଲଷ୍ମୀ ମାଝୀ ,ଏଏସଆଇ ଅର୍ଜୁନ ଶବରଙ୍କ ସମେତ ପୋଲିସ ଫୋର୍ସ ସାମିଲ ଥିଲେ ।  ଜନ ସାଧାରଣ ପୋଲିସ କୁ ସହଯୋଗ କରିବା ସହ ନିର୍ବାଚନ କୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ଅନୁରୋଧ କରିଥିଲେ। ସେହିପରି ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ବୁଥ ମାନଙ୍କରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ ବୋଲି ସୂଚନା ମିଳିଛି।

ଆହୁରି ପଢନ୍ତୁ : ପାରିବାରିକ କଳହ : ଖୁଡିକୁ ପଥର ଛେଚି ହତ୍ୟା କଲା ପୁତୁରା, ଦୁଇ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.