PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ବୈତରଣୀରେ ବନ୍ୟା, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୩୫ରୁ ଉର୍ଦ୍ଧ୍ଵ ଗାଁ ଜଳବନ୍ଦୀ

ଭଦ୍ରକ, ୧୬/୦୮ : ଭଦ୍ରକରେ ବନ୍ୟା ସ୍ଥିତି। ବୈତରଣୀରେ ବନ୍ୟା ଆସିବା ଯୋଗୁଁ ଧାମନଗର ବ୍ଲକର ୧୦ଟି ପଞ୍ଚାୟତର ୨୦ରୁ ଅଧିକ ଗାଁ ପାଣି ଘେରରେ ରହିଛନ୍ତି। ଏହାସହ ସୋହଡା ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଇଛି। ସେହିପରି ଭଣ୍ଡାରିପୋଖରୀ ବ୍ଲକର ୫ଟି ପଞ୍ଚାୟତର ୧୫ରୁ ଅଧିକ ଗାଁ ଏବେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଆଖୁଆପଦା ଠାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ବର୍ତ୍ତମାନ ଜଳସ୍ତର ୧୮.୨୫ ମିଟର ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି ।

ସୂଚନାନୁଯାୟୀ, ଷୋଳମପୁର ନିକଟରେ ରାସ୍ତା ଉପରେ ପାଣି ଚାଲୁଥିବାରୁ ଭଣ୍ଡାରିପୋଖରୀ- ଯାଜପୁର ରାସ୍ତା ଓ ବେଦପୁର ନିକଟରେ ବନ୍ୟା ଜଳ ଚାଲୁଥିବାରୁ ଧାମନଗର-ଯାଜପୁରକୁ ଯୋଗାଯୋଗ ବିଛିନ୍ନ ହୋଇଛି । ଚାଷଜମି ଗୁଡ଼ିକ ଜଳମଗ୍ନ ହୋଇଛି। ବନ୍ୟା ପ୍ରଭାବିତ ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି।