ପ୍ରମୂଖ ଖବର
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ଧାମନଗରରେ ବନ୍ୟା ପରିସ୍ଥିତି; ୪ ପଞ୍ଚାୟତରେ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି

Published By : Harapriya Sethi | August 25, 2025 7:36 AM

ଭଦ୍ରକ, ୨୫/୦୮: ଭଦ୍ରକ ଜିଲ୍ଲାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ରବିବାର ବୈତରଣୀ ନଦୀରେ ବନ୍ୟା ଜଳ କମିଥିବା ବେଳେ ପୁଣି ବିଳମ୍ବିତ ରାତିରେ ବଢିଥିଲା । କେନ୍ଦୁଝର ଓ ଆନନ୍ଦପୁରରେ ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଭଦ୍ରକ ଜିଲ୍ଲାର ଆଖୁଆପଦା ଅନିକଟ ନିକଟରେ ବିପଦ ସଙ୍କେତ ୧୮.୩୩ ମିଟର ଥିବାବେଳେ ସକାଳ ସୁଦ୍ଧା ୧୮.୮୬ ମିଟରରେ ବନ୍ୟାଜଳ ପ୍ରବାହିତ ହେଉଛି । ବନ୍ୟା ସ୍ଥିତିକୁ ଦେଖି ଆଗୁଆ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। ଧାମନଗର ବ୍ଲକରେ ଦୁଇ ଦିନ ଅଙ୍ଗନବାଡ଼ି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଧାମନଗର ବ୍ଲକ ହସନାବାଦ୍ ଓ ଅର୍ଜୁନପୁର ପଞ୍ଚାୟତର ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ରକୁ ସୋମବାର ଓ ମଙ୍ଗଳବାର ଦିନ ବନ୍ଦ ରଖିବା ନେଇ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସମାନ ଭାବେ ଅର୍ଜୁନ ପୁର, ହସନାବାଦ୍ ଶୋହଡା ଓ ପଧାନି ପଞ୍ଚାୟତ ର ୨୫ ସ୍କୁଲକୁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି ।

ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ବ୍ଲକର କଣ୍ଟି ଘାଇ, ଧାମନଗର ବ୍ଲକର ମଲ୍ଲି ମହାରା ଓ ଗୌରାଙ୍ଗ ପୁର ଏସକେପ ଦେଇ ବନ୍ୟା ଜଳ ଚାଷ ଜମିକୁ ମାଡ଼ି ଯାଇଛି । କେତେକ ସ୍ଥାନରେ ନଦୀ ବନ୍ଧ ପ୍ରଭାବିତ ହୋଇଥିବା ସୁଚନା ମିଳିଛି । ବାଲିବସ୍ତା ଓ ବଲ୍ଲା ଦେଇ ବନ୍ଧ ସୁରକ୍ଷା କରାଯାଉଛି । ଏହି ବନ୍ୟାରେ ଭଣ୍ଡାରିପୋଖରୀ ବ୍ଲକର ଆଂଶିକ, ଧାମନଗର, ତିହିଡି ଓ ଚାନ୍ଦବାଲି ବ୍ଲକ ପ୍ରଭାବିତ ହେବା ଅଶଙ୍କା କରାଯାଉଛି । ଅନେକ ପଞ୍ଚାୟତ ଜଳ ଘେରରେ ରହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.