PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ମୁଣ୍ଡୁଳିରେ ଗୁରୁବାର ପହଞ୍ଚିବ ଅଧିକ ହୀରାକୁଦ  ଜଳ : ଏସଆରସି

ଭୁବନେଶ୍ବର, ୧୭।୮ ମୁଣ୍ଡୁଳିରେ କମୁଛି ବନ୍ୟା ଜଳ। ବୁଧବାର  ସକାଳେ ୧୨ ଲକ୍ଷ ହଜାର ଥିଲା । ସନ୍ଧ୍ୟା ୭ ଟାରେ  ୧୦ ଲକ୍ଷ ୪୯ ହଜାର ଥିଲା । ଏବେ ପ୍ରାୟ ୧୦ ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେଉଛି । ଏହା ୯ଲକ୍ଷ ପର୍ଯ୍ୟନ୍ତ ଖସିବାର ସମ୍ଭାବନା ରହିଛି।  ଗେଟ୍ ଖୋଲିବା ଦ୍ଵାରା ଗୁରୁବାର ବନ୍ୟାଜଳ  ବଢିବ। ପ୍ରାୟ ୯ ଲକ୍ଷ ୫୦ ହଜାରରୁ ରୁ ୧୦  ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେବ। ଏବଂ ୨ ଘଣ୍ଟା ପରେ କମିବ। ଏବେ୪ଟି ଜିଲ୍ଳା କେନ୍ଦ୍ରପଡା, ଜଗତସିଂହ ପୁର, କଟକ, ପୁରୀରେ ବନ୍ୟା ପିକରେ ରହିଛି। ବୁଧବାର ରାତିଟା କେବଳ ଜଗିଵାକୁ ପଡ଼ିବ। ଗୁରୁବାର  ସକାଳୁ ସବୁ ଅଞ୍ଚଳରୁ ପାଣି କମିବା ଆରମ୍ଭ ହେବ।

ରାଜ୍ୟରେ ୬ ଟି ଘାଇ ସୃଷ୍ଟି ହୋଇଛି। ୧୯୭ ଘଳିଆ ବନ୍ଦ ହୋଇଛି।କୁଜଙ୍ଗ ପାଇକା ନଦୀରେ କାଠକୋଟ୍ ଠାରେ ଘାଇ ହୋଇଛି।  ସମସ୍ତଙ୍କୁ ସ୍ଥାନାନ୍ତର କରାଯାଇଛି। ଲୁଣା ଅଞ୍ଚଳରେ ବଡ ଘାଇ ହେବାରୁ ବର୍ତ୍ତି ଯାଇଛି। ଗୁରୁବାର  ବର୍ଷା ନେଇ ସମସ୍ତ ଜିଲ୍ଳାପାଳ ମାନଙ୍କୁ ସତର୍କ କରାଯାଇଛି। ସ୍ଥାନ୍ତାନ୍ତରଣ ପାଇଁ ଅଧିକ ଗୁରୁତ୍ଵ ଦେବାକୁ କୁହାଯାଇଛି। ସ୍ଥାନାନ୍ତରିତ ଲୋକଙ୍କୁ ଠିକ୍ ଭାବେ ଖାଦ୍ୟପେୟ ଦିଆଯାଉଛି। ପଳିଥିନ୍ ଗଚ୍ଛିତ ଅଛି। ୪ ଲକ୍ଷ ୬୭  ହଜାର ଲୋକ ପ୍ରଭାବିତ ହୋଇଛନ୍ତି । ୨ ଲକ୍ଷ ୫୦ ହଜାର ଲୋକ ଜଳବନ୍ଦୀ ଅଛନ୍ତି । ୬୦  ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଦିଆଯାଉଛି।

୪୨୫ ଗାଁ ଜଳବନ୍ଦୀ ରହିଛି । ପାଣି ଛାଡିବାର ୪୮ ଘଣ୍ଟା ପରେ ଘର ଏବଂ ଚାଷ ଜମି କ୍ଷୟକ୍ଷତି ଆକଳନ  କରାଯିବ। ଦୁଇ ଆଇଏଏସ ସତ୍ୟବ୍ରତ ସାହୁଙ୍କୁ ଜଗତସିଂହପୁର ଏବଂ ଜି ରଘୁଙ୍କୁ କେନ୍ଦ୍ରାପଡା ପାଇଁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି।  ଏବେ ହୀରାକୁଦରେ ରିଜର୍ଭର   ୬୨୬.୧୪  ଫୁଟ୍ ଅଛି । ବରମୁଳରେ ଏବେ ପହଞ୍ଚଛି  ବନ୍ୟା ଜଳ। ଗୁରୁବାର୯ ଟାରେ ମୁଣ୍ଡୁଳୀରେ ପହଞ୍ଚିବ।   ଛତିଶଗଡ଼ରେ ବର୍ତ୍ତମାନ ଇନଫ୍ଲୋ  ୫ ଲକ୍ଷ ୮୦ ହଜାର ୬୪୦ ଏବଂ ଆଉଟଫ୍ଲୋ ୬ ଲକ୍ଷ ୬୯ ହଜାର ୨୯୫ ରହିଛି। ଏବେ ୪୦ ଟି ଗେଟ୍ ଖୋଲା ରହିବ। ଗୁରୁବାର ଠାରୁ ବର୍ଷା ସମ୍ଭାବନା ଥିବାରୁ ବର୍ଷା ପରେ ହୀରାକୁଦରେ ଜଳ ସ୍ତର ୬୨୨ ଫୁଟ୍ ରଖିବାକୁ ଲକ୍ଷ୍ୟ ରଖିଛୁ ବୋଲି ଏସଆରସି କହିଛନ୍ତି।