ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

ଆସାମ ବନ୍ୟା : ବିଧାୟକଙ୍କୁ ପିଠିରେ ବୋହିଲେ ରିଲିଫ କର୍ମୀ

ଗୁଆହାଟୀ,୨୦/୫ : ଆସାମରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି । ତେବେ ବନ୍ୟା ପ୍ରଭାବିତ ହୋଜାଇ ଅଞ୍ଚଳକୁ ସ୍ଥିତି ଅନୁଧ୍ୟାନ କରିବାକୁ ଯାଇଥିବା ଲୁମଡିଙ୍ଗର ବିଜେପି ବିଧାୟକ ଶିବୁ ମିଶ୍ରଙ୍କୁ ଜଣେ ରିଲିଫ କର୍ମୀ ପିଠିରେ ବୋହି ବୋଟ୍‌ ପର୍ଯ୍ୟନ୍ତ ନେବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଯେଉଁଥି ପାଇଁ ବିଧାୟକଙ୍କୁ ବିଭିନ୍ନ ମହଲରୁ କଡା ସମାଲୋଚନା କରାଯାଇଛି ।

 ସେପଟେ ବନ୍ୟା ଯୋଗୁ ୨୭ଟି ଜିଲ୍ଲାର ୬ ଲକ୍ଷ ୨୭ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ବନ୍ୟା ଓ ଭୂସ୍ଖ୍‌ଳନ ଯୋଗୁ ଏପର୍ଯ୍ୟନ୍ତ ୯ ଜଣଙ୍କର ମୃତ୍ୟୁ ଘଟିଲାଣି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ ୧୪୧୩ଟି ଗ୍ରାମ ବନ୍ୟା ଜଳରେ ବୁଡି ରହିଛି । ବନ୍ୟା ଯୋଗୁ ନଗାଓଁ ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଛି । ଏହି ଜିଲ୍ଲାରେ ୨ ଲକ୍ଷ ୮୮ ହଜାର ଲୋକ କ୍ଷତିଗ୍ରସ୍ତ ହୋଇଥିଲା ବେଳେ କାଚ୍ଚାର ଜିଲ୍ଲାରେ ୧ ଲକ୍ଷ ୨୦ ହଜାର ଓ  ହେଜାଇ ଜିଲ୍ଲାରେ ୧ ଲକ୍ଷ ୭ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି ।

 ଅଧିକ ପ୍ରଭାବିତ ୧୪ଟି ଜିଲ୍ଲାରେ ୨୪୮ଟି ରିଲିଫ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ସେଥରେ ୪୮ ହଜାରରୁ ଅଧିକ ଲୋକଙ୍କୁ ଆଶ୍ରୟ ଦିଆଯାଇଛି । ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆରଏଫ ଟିମକୁ ମଧ୍ୟ ନିୟୋଜିତ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.