ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଏସ୍‌ଆଇଟି ଗଠନ ପାଇଁ ହାଇକୋର୍ଟରେ ମାମଲା

Published By : Prameya | July 18, 2025 10:26 AM

କଟକ,୧୮/୦୭: ବାଲେଶ୍ୱର ଏଫ୍‌ଏମ୍‌ କଲେଜ  ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ଯାଞ୍ଚ ତଦନ୍ତ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରିବା ପାଇଁ ପ୍ରାର୍ଥନା କରି ଗୁରୁବାର ହାଇକୋର୍ଟରେ ମାମଲା ରୁଜୁ ହୋଇଛି ।  ମାନବାଧିକାର କର୍ମୀ ତଥା ଆଇନଜୀବୀ ଶିବଶଙ୍କର ମହାନ୍ତି ଏକ ଆବେଦନ ଦାଏର କରିବା ସହ ଅଦାଲତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ କରାଯାଉ ବୋଲି ନିବେଦନ କରିଛନ୍ତି । 

ଆବେଦନକାରୀ ତାଙ୍କ ପିଟିସନ୍‌ରେ ଦର୍ଶାଇଛନ୍ତି ଯେ, ସୌମ୍ୟାଶ୍ରୀ ବିଶି ଏଫ୍‌ଏମ୍‌ କଲେଜର ଅଧ୍ୟାପକ ତଥା ବିଭାଗୀୟ ମୁଖ୍ୟଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ । ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ ସେ ବିଭିନ୍ନ ଫୋରମ୍‌ରେ ଅଭିଯୋଗ କରିଥିଲେ । କିନ୍ତୁ ସବୁଠୁ ନିରାଶ ହେବାପରେ ଆତ୍ମାହୁତି ଭଳି ଚରମ ପଦକ୍ଷେପ ନେଇଥିଲେ । ଏହାକୁ ନେଇ ରାଜ୍ୟବ୍ୟାପୀ ପ୍ରତିକ୍ରିୟା ସୃଷ୍ଟି  ହୋଇଛି । ଏହା ଅତିସମ୍ବେଦନଶୀଳ ଘଟଣା ହୋଇଥିବାରୁ ଏହାର ଉପଯୁକ୍ତ ତଦନ୍ତ ହେବାର ଆବଶ୍ୟକତା ରହିଛି  ବୋଲି ଆବେଦନକାରୀ ପିଟିସନ୍‌ରେ ଯୁକ୍ତି ଦର୍ଶାଇଛନ୍ତି । ଏଭଳି ଅଘଟଣର ଯେପରି ପୁନରାବୃତ୍ତି ନଘଟେ ସେଥିପାଇଁ  ଅଦାଲତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହାର ତଦନ୍ତର ଆବଶ୍ୟକତା ରହିଛି । ଅଦାଲତ କିଛି ନିରପେକ୍ଷ ଅଧିକାରୀଙ୍କୁ ନେଇ ଏସ୍‌ଆଇଟି ଗଠନ ଓ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତଦନ୍ତ ଶେଷ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ପିଟିସନ୍‌ରେ ପ୍ରାର୍ଥନା କରାଯାଇଛି । ଛାତ୍ରୀଙ୍କୁ କିଭଳି ନିର୍ଯାତନା ଦିଆଯାଇଛି, ଏଥିରେ କଲେଜ ପ୍ରଶାସନର ଭୂମିକା, ୟୁଜିସି ଗାଇଡ୍‌ଲାଇନ୍‌ ଅନୁସାରେ ପଦକ୍ଷେପ ଗ୍ରହଣ କରାଯାଇଥିଲା କି ନା, ଛାତ୍ରୀଙ୍କୁ ଆତ୍ମହୁତି ପାଇଁ ପ୍ରରୋଚିତ କରାଯିବା ଆଦି ବିଭିନ୍ନ ଦିଗକୁ ନେଇ ତଦନ୍ତ ଲାଗି ଅଦାଲତ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ନିବେଦନ କରିଛନ୍ତି ।  

କେବଳ ସେତିକି ନୁହେଁ, ମାମଲାର କ୍ରାଇମ୍‌ବ୍ରାଞ୍ଚ୍‌ ତଦନ୍ତ  ଆରମ୍ଭ ହୋଇଥିବାରୁ ଏହାର ସ୍ଥିତି ସମ୍ପର୍କରେ ପୁଲିସ ଡିଜି  ରିପୋର୍ଟ ଦାଖଲ କରିବାର ଆବଶ୍ୟକତା ଥିବା ଆବେଦନକାରୀ ଦର୍ଶାଇଛନ୍ତି । ସେହିପରି ଗତ ୧୫ ତାରିଖରେ ୟୁଜିସି ପକ୍ଷରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରାଯାଇଥିଲା । ଏହି ଟିମ୍‌ର ତଦନ୍ତ ରେକର୍ଡ ଦାଖଲ କରାଯିବା ନେଇ ମଧ୍ୟ  ଆବେଦନକାରୀ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଛାତ୍ରୀମାନଙ୍କ ସୁରକ୍ଷା ପାଇଁ ପ୍ରତି ଉଚ୍ଚଶିକ୍ଷା ଅନୁଷ୍ଠାନରେ ୟୁଜିସି ଗାଇଡ୍‌ଲାଇଡ଼୍‌ ଆଧାରରେ ଇଣ୍ଟରନାଲ୍‌ କମ୍ପେ୍ଲଣ୍ଟସ୍‌ କମିଟି(ଆଇସିସି) ଗଠନ ବାଧ୍ୟତାମୂଳକ କରିବା ଲାଗି ରାଜ୍ୟ  ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ ପ୍ରାର୍ଥନା କରିଛନ୍ତି । ପିଟିସନ୍‌ରେ ରାଜ୍ୟ ମୁଖ୍ୟ ଶାସନ ସଚିବ,  ୟୁଜିସି କର୍ତ୍ତୃପକ୍ଷ, ଗୃହ ବିଭାଗ ସଚିବ, ରାଜ୍ୟ ଉଚ୍ଚଶିକ୍ଷା  ସଚିବ, ପୁଲିସ୍‌ ଡିଜି, କ୍ରାଇମ୍‌ବ୍ରାଞ୍ଚ୍‌କୁ ପକ୍ଷଭୁକ୍ତ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.