ଭୁବନେଶ୍ୱର,୧୬/୨: ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେସନ । ଏହି ଅଧିବେସନ ଆସନ୍ତାକାଲିରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୨୪ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୯ରୁ ଆରମ୍ଭ ହୋଇ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୨୦ ତାରିଖ ଦିନ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ । ବିରୋଧୀ ଦଳ ତରଫରୁ ଯେଉଁ ପ୍ରସଙ୍ଗ ଉପସ୍ଥାପନା କରାଯିବ,ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛୁ । ଏଥି ସହ ୧୯ମାସର ବିଜେପି ସରକାରର ସମସ୍ତ ଉପଲବ୍ଧିକୁ ଆମେ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରିବୁ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ କହିଛନ୍ତି ।
ସଂଧ୍ୟାରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ରାଜ୍ୟ ସଭାପତି ମନମୋହନ ସାମଲ,ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି,ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର,ରାଜ୍ୟ ସହପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଏହି ବୈଠକରେ ଯୋଗ ଦେଇ ରଣନୀତି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ ସୁଚନା ଦେଇଛନ୍ତି ।
ଏହାସହ ପଢ଼ନ୍ତୁ : ପରଲୋକରେ ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ