ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ

Published By : Suraj Kumar | March 20, 2025 7:34 PM

ମାଲକାନଗିରି, ୨୦/୩ (ଆପ୍ର ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର  ମାଲକାନଗିରି ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ କରିଛନ୍ତି। ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ଯେ ଜିଲ୍ଲାରେ ଧାନ  କ୍ରୟ ଭଲ ଭାବରେ ହୋଇଛି। ଶୂନ୍ୟ କଟନି  ଛଟନି ଉପରେ ଧ୍ୟାନ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କମ୍ ମୂଲ୍ୟରେ ଧାନ କ୍ରୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନୁରୂପ ଭାବେ ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମଧ୍ଯ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। କୃଷକଙ୍କ ସହାୟତା ରାଶି ଯେପରି ଠିକ୍ ଭାବରେ ଚାଷୀଙ୍କ ନିକଟରେ ପହଞ୍ଚିବ ସେଥି ପ୍ରତି ଧ୍ୟାନ ଦେବାକୁ କହିଥିଲେ। 

ସେ ଆହୁରି ମଧ୍ୟ କହିଛନ୍ତି ଯେ ଚଳିତ ବର୍ଷ ରାସନ୍ କାର୍ଡ ନିମନ୍ତେ ୬ ଲକ୍ଷ ୮୦ ହଜାର ହିତାଧିକାରୀ ଦରଖାସ୍ତ ଆବେଦନ କରିଛନ୍ତି । ବ୍ଲକୱାରୀ ସର୍ଭେ କରି ଯୋଗ୍ୟ ହିତାଧିକାରୀଙ୍କୁ ରାସନ୍ କାର୍ଡ ବଣ୍ଟନ ପାଇଁ କୁହାଯାଇଛି। ଆସନ୍ତା ଏପ୍ରିଲ ୧୪ ରେ ରାଜ୍ୟ ସ୍ତରୀୟ ରାସନ୍ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ହେବ । ଏଥି ନିମନ୍ତେ ଇ କେୱାଇସି ପ୍ରକ୍ରିୟାକୁ ତ୍ଵରାନିତ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଅନ୍ତ୍ୟୋଦୋୟ କାର୍ଡ ସର୍ଭେରେ ଯାହାର ଭଲ ସ୍ଥିତି ଆସି ଯାଇଛି, ସେମାନଙ୍କର କାର୍ଡ ପ୍ରତ୍ୟାହାର କରି ନେବାକୁ ମଧ୍ଯ କୁହାଯାଇଛି। ଯାହା ଫଳରେ ନୂଆ ତଥା ଗରିବ ହିତାଧିକାରୀ ଏଥିରୁ ଲାଭାନ୍ଵିତ ହୋଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି। 

 ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନିମନ୍ତେ ମଧ୍ୟ ଠିକ୍ ଭାବରେ ସର୍ଭେ କରିବା ପାଇଁ କୁହାଯାଇଛି।  ଶେଷ ଧାନ କିଣା ଋତୁରେ କାହା ବ୍ୟାଙ୍କ୍ ଏକାଉଣ୍ଟକୁ ଟଙ୍କା ପ୍ରାପ୍ତ ହୋଇଛି ତାହା ସୁନିଶ୍ଚିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ନିର୍ଦ୍ଦେଶ ଦେଇଛନ୍ତି। ମାପ ଓ ଓଜନ ବିଭାଗକୁ ମଧ୍ଯ ନିୟମିତ ବ୍ୟବଧାନରେ ସୁନା ଦୋକାନ, ପେଟ୍ରୋଲ ପମ୍ପ ଇତ୍ୟାଦି ଅଚାନକ ଗସ୍ତ କରି ମାନ ଓ ଗୁଣବତ୍ତା ତଦାରଖ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କୁହାଯାଇଛି। 

ଏହି ଅବସରରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଉପସ୍ଥିତ ରହି ଚାଷୀଙ୍କ ସୁବିଧା ଓ ଉନ୍ନତି ନିମନ୍ତେ ସମସ୍ତ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.