ପ୍ରମୂଖ ଖବର
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ମାଲକାନଗିରି ଜିଲ୍ଲା ଗସ୍ତ, ଜନଶୁଣାଣି ଓ ଜିଲ୍ଲାସ୍ତରୀୟ ସମୀକ୍ଷା

Published By : Prameya | June 28, 2024 3:57 PM

ମାଲକାନଗିରି,୨୮/୬ : ଖାଦ୍ୟ ଯୋଗାଣ ମନ୍ତ୍ରୀ ମାଲକାନଗିରି ଜିଲ୍ଲା ଗସ୍ତ କରି ପ୍ରଥମେ କାଲିମେଳାଠାରେ ବାଦାମ ମଣ୍ଡି ପରିଦର୍ଶନ କରି ଚାଷୀମାନଙ୍କ ସହିତ ଆଲୋଚନା କରିଥିଲେ। ମାଲକାନଗିରି ସର୍କିଟ ହାଉସଠାରେ ଜନ ସାଧାରଣଙ୍କ ବିଭିନ୍ନ ଦାବି ଓ ସମସ୍ୟା ସମ୍ପର୍କରେ ଜନ ଶୁଣାଣି କରିଥିଲେ। ପରେ ଜିଲ୍ଲା ପରିଷଦ ସଭାଗୃହରେ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଇ ଜିଲ୍ଲାର ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତ କରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ କରିଛନ୍ତି। ସରକାରଙ୍କ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ସମସ୍ତ ପ୍ରକାର ବ୍ୟବସ୍ଥା ଜିଲ୍ଲାରେ କିପରି ଭାବରେ ସୁସ୍ଥ ବାତାବରଣରେ ସମସ୍ତ ଖାଉଟିମାନଙ୍କ ପାଖକୁ ସୁରୁଖୁରୁରେ ପହଞ୍ଚିବ ସେଥିପ୍ରତି ଯତ୍ନବାନ ହେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ନିୟମିତ ବ୍ୟବଧାନରେ ପେଟ୍ରୋଲ ପମ୍ପ ଗୁଡ଼ିକୁ ତନଖି କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ ବିହିତ ପଦକ୍ଷେପ ନିମନ୍ତେ ଯୋଗାଣ ବିଭାଗକୁ ପରାମର୍ଶ ଦିଆଯାଇଛି। ମୃତ ଓ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦେଇ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରି ରାସନ୍ କାର୍ଡରେ ସାମିଲ ପାଇଁ ପଦକ୍ଷେପ ନେବା ପାଇଁ କୁହାଯାଇଛି । ସେହିପରି ଧାନ ଓ ଚାଉଳର ସଂରକ୍ଷଣ ନିମନ୍ତେ ଗୋଦାମ ଗୃହ ବର୍ଦ୍ଧିତ ଉପରେ ମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । 

ଏହି ଅବସରରେ ଜିଲ୍ଲାପାଳ ସଚିନ ପାୱାର ବିଭାଗୀୟ ମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିବା ନିର୍ଦ୍ଦେଶ ଗୁଡ଼ିକୁ ପାଳନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଜିଲ୍ଲାରେ ଏକ ନୂତନ ସାଇନ୍ସ ପାର୍କ କିମ୍ବା ସାଇନ୍ସ ପ୍ଲାନେଟୋରିୟମ ସ୍ଥାପନ ନିମନ୍ତେ ପ୍ରସ୍ତାବ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଏଥି ନିମନ୍ତେ ସମସ୍ତ ପ୍ରକାର ସହଯୋଗ ଓ ବଜେଟ ବ୍ୟବସ୍ଥା କରାଯିବ ବୋଲି  ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଜିଲ୍ଲା ତଥା ରାଜ୍ୟକୁ ବିକାଶ ପଥରେ ଆଗେଇ ନେବା ପାଇଁ ସମସ୍ତ ଅଧିକାରୀଙ୍କ ସହଯୋଗ କାମନା କରିଥିଲେ । ପରିଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ନରେଶ ଚନ୍ଦ୍ର ଶବର ବୈଠକରେ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ, ବେଦବର ପ୍ରଧାନ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା, ସମାରୀ ତାଙ୍ଗୁଲୁ ମଞ୍ଚାସୀନ ଥିଲେ । ସିଏସଓ, ମନମୋହନ ପଟ୍ଟନାୟକଙ୍କ ସମେତ ସମସ୍ତ ବିଡ଼ିଓ, ତହସିଲଦାର ଓ ଜିଲ୍ଲାର ଅନ୍ୟାନ୍ୟ ଅଧିକାରୀ ଏହି ବୈଠକରେ ଯୋଗ ଦେଇଥିଲେ । ମାଲକାନଗିରି ପୌରପରିଷଦ ପକ୍ଷରୁ ସହରର ବିବିନ୍ନ ସ୍ଥାନରେ ପ୍ରତିଷ୍ଠିତ ୬ଟି ଏଲଇଡ଼ି ହୋଡିଂ ପୋଷ୍ଟକୁ ମନ୍ତ୍ରୀ ଶ୍ରୀ ପାତ୍ର ଉଦଘାଟନ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.