ପ୍ରମୂଖ ଖବର
  • ପୁରୀ ଶରଧାବାଲି ଦଳାଚକଟା ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
  • ||
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

‘ପାକିସ୍ତାନ ସହ କେବଳ ଆତଙ୍କବାଦ ଏବଂ PoK ପ୍ରସଙ୍ଗରେ ଆଲୋଚନା ହେବ’

Published By : Tapas Panda | May 15, 2025 5:51 PM

Image Courtesy: indiatv

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି । ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଯଦି ପାକିସ୍ତାନ ସହିତ ଆଲୋଚନା ହେବ ତେବେ କେବଳ ଆତଙ୍କବାଦ ଏବଂ ପିଓକେ ଉପରେ ହେବ । ଦୁଇ ଦେଶ ମଧ୍ୟରେ କୌଣସି ତୃତୀୟ ପକ୍ଷର ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ ଏହା ସହ  ଉଭୟ ଦେଶ କେବଳ ଦ୍ୱିପାକ୍ଷିକ ସ୍ତରରେ ଏହି ମାମଲାର ସମାଧାନ କରିବେ। ଦିଲ୍ଲୀରେ ହଣ୍ଡୁରାସ୍ ଦୂତାବାସର ଉଦଘାଟନ ଅବସରରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଏହା କହିଛନ୍ତି । 




ସେ କହିଛନ୍ତି ଯେ, ଦୁଇ ଦେଶର ସମ୍ପର୍କ ଏବଂ କାରବାର ସମ୍ପୂର୍ଣ୍ଣ ଦ୍ୱିପାକ୍ଷିକ ହେବ ବୋଲି ବର୍ଷ ବର୍ଷ ଧରି ପରମ୍ପରା ରହିଆସିଛି । ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ। ପିଏମ ମୋଦୀ ସ୍ପଷ୍ଟ କରିଛନ୍ତି ଯେ, ପାକିସ୍ତାନ ସହିତ ଆଲୋଚନା କେବଳ ଆତଙ୍କବାଦ ଉପରେ ହେବ। ପାକିସ୍ତାନକୁ ଆତଙ୍କବାଦୀ ଭିତ୍ତିଭୂମି ବନ୍ଦ କରିବାକୁ ପଡିବ। ସେମାନେ ଜାଣନ୍ତି କ’ଣ କରିବାକୁ ହେବ। ଆମେ ସେମାନଙ୍କ ସହିତ ଆତଙ୍କବାଦ ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ। କାଶ୍ମୀର ଉପରେ ଆଲୋଚନା ପାଇଁ ଏକମାତ୍ର ପ୍ରସଙ୍ଗ ହେଉଛି, କାଶ୍ମୀରରେ ପାକିସ୍ତାନ ଦ୍ୱାରା ଅବୈଧ ଭାବରେ ଅଧିକୃତ ଭାରତୀୟ ଅଞ୍ଚଳକୁ ଖାଲି କରିବା, ଆମେ ସେହି ଆଲୋଚନା ପାଇଁ ପ୍ରସ୍ତୁତ ବୋଲି ଏସ୍‌ ଜୟଶଙ୍କର କହିଛନ୍ତି ।

ବୈଦେଶିକ ମନ୍ତ୍ରୀ କହିଛନ୍ତି ଯେ, ପାକିସ୍ତାନ ସହିତ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସମୟରେ ଆମକୁ ବହୁତ ଅନ୍ତର୍ଜାତୀୟ ସମର୍ଥନ ମିଳିଛି। ଆମେ ଜାତିସଂଘ ସୁରକ୍ଷା ପରିଷଦର ଏକ ପ୍ରସ୍ତାବ ପାଇଥିଲୁ । ଏଥିରେ ଅପରାଧୀମାନଙ୍କୁ ଦାୟୀ କରାଯିବା ଉଚିତ ବୋଲି ଦର୍ଶାଯାଇଥିଲା । ମେ’୭ରେ ଅପରେସନ ସିନ୍ଦୁର ମାଧ୍ୟମରେ ଅପରାଧୀଙ୍କୁ ଦାୟୀ କରାଗଲା । ପାକିସ୍ତାନ ସହିତ ସିନ୍ଧୁ ଜଳ ଚୁକ୍ତିନାମା ସମ୍ବନ୍ଧୀୟ ଏକ ପ୍ରଶ୍ନର ଉତ୍ତରରେ, ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ, ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ରହିଛି ଏବଂ ପାକିସ୍ତାନ ସୀମାପାର ଆତଙ୍କବାଦ ବନ୍ଦ ନ କରିବା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.