ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ଏସ୍‌. ଜୟଶଙ୍କରଙ୍କ ପ୍ରଥମ ପ୍ରତିକ୍ରିୟା, ଆତଙ୍କବାଦ ପ୍ରସଙ୍ଗରେ ଦେଲେ ବଡ଼ ମନ୍ତବ୍ୟ

Published By : Tapas Panda | May 10, 2025 9:01 PM

Image Courtesy; indiatv

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ଅସ୍ତ୍ରବିରତି ପାଇଁ ରାଜି ହୋଇଛନ୍ତି । ଆମେରିକାର ମଧ୍ୟସ୍ଥତା ପରେ ଅସ୍ତ୍ରବିରତି ପାଇଁ ଦୁଇ ଦେଶ ସହମତି ପ୍ରକାଶ କରିଛନ୍ତି ।  ମେ ୧୨ରେ ଉଭୟ ଦେଶ ପୁଣି ଥରେ ଏହି ପ୍ରସଙ୍ଗରେ ଆଲୋଚନା କରିବେ । ଭାରତ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ଶନିବାର ସନ୍ଧ୍ୟା ୫ ଟା ପରେ ଦୁଇ ଦେଶ ମଧ୍ୟରେ ଲଢ଼େଇ ହେବ ନାହିଁ । ଏବେ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଉପରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଟ୍ୱିଟ୍ କରିଛନ୍ତି । 

ସେ ଲେଖିଛନ୍ତି ଯେ, ଭାରତ ଆତଙ୍କବାଦ ପ୍ରସଙ୍ଗରେ କୌଣସି ସାଲିସ କରିବ ନାହିଁ। ଭାରତ ଏବଂ ପାକିସ୍ତାନ ଆଜି ଗୁଳିମାଡ଼ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଭାରତ ନିରନ୍ତର ଭାବରେ ସମସ୍ତ ପ୍ରକାରର ଆତଙ୍କବାଦ ବିରୋଧରେ ଦୃଢ଼ ଏବଂ ଅଟଳ ମନୋଭାବ ଗ୍ରହଣ କରିଆସିଛି। ଏହା ଜାରି ରହିବ । 

ଏହା ପୂର୍ବରୁ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ କହିଥିଲେ ଯେ, ଗତ ୪୮ ଘଣ୍ଟା ମଧ୍ୟରେ ଉପରାଷ୍ଟ୍ରପତି ଭାନ୍ସ ଓ ମୁଁ,  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଏବଂ ଶାହବାଜ ସରିଫ, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ସେନା ମୁଖ୍ୟ ଅସୀମ ମୁନିର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସମେତ ବରିଷ୍ଠ ଭାରତୀୟ ଏବଂ ପାକିସ୍ତାନୀ ଅଧିକାରୀଙ୍କ ସହ କଥା ହୋଇଛୁ। ଏହା ପୂର୍ବରୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଅସ୍ତ୍ରବିରତି ବିଷୟରେ ଟ୍ୱିଟ୍ କରିଥିଲେ। ପୂର୍ବରୁ ଭାରତ ସରକାର ନିଷ୍ପତ୍ତି ନେଇଥିଲେ ଯେ, ଭବିଷ୍ୟତରେ ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ଭାରତ ବିରୁଦ୍ଧରେ ଯୁଦ୍ଧ ବୋଲି ବିବେଚନା କରାଯିବ। ଅର୍ଥାତ୍ ଭାରତ ସରକାର ଆତଙ୍କବାଦ ପ୍ରସାର କରୁଥିବା ଦେଶକୁ ଜବାବ ଦେବେ ଏବଂ ଆତଙ୍କବାଦକୁ ସହ୍ୟ କରିବେ ନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.