ପ୍ରମୂଖ ଖବର
  • ଶେଖ୍ ହସିନା ଦେଇଥିଲେ ନରସଂହାର ଆଦେଶ ! ବାଂଲାଦେଶୀ ଟ୍ରିବ୍ୟୁନାଲରେ ଶୁଣାଣି, ହୋଇପାରେ ମୃତ୍ୟୁ ଦଣ୍ଡାଦେଶ
  • ||
  • ସମ୍ବଲପୁର: ସମ୍ବଲପୁର ‘କୃଷି ଭବନ’ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ, କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବ କୃଷି ଭବନ
  • ||
  • ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ପୁଣି ଭାଇରାଲ୍‌, ଚୁନରା ସେବକଙ୍କ ସମ୍ପୃକ୍ତି ନେଇ ସନ୍ଦେହ
  • ||
  • ଭୁବନେଶ୍ୱର: ରାଜ୍ୟରେ ପୁଣି ବ୍ୟାପିଲାଣି କରୋନା, ୧୧ରେ ପହଞ୍ଚିଲା ଆକ୍ରାନ୍ତ ସଂଖ୍ୟା
  • ||
  • ସୁନ୍ଦରଗଡ଼ : ଆଇଇଡି ବିସ୍ଫୋରଣରେ ଯୁବକ ଆହତ
  • ||
  • ଭୁବନେଶ୍ୱର : ରାଜଧାନୀରେ ସିରିଜ୍‌ ଦୁର୍ଘଟଣା: ପଛକୁ ପଛ ପିଟିହେଲା ୪ ଗାଡ଼ି, ଏକାଧିକ ଆହତ
  • ||
  • ପାକ୍ ଗୁପ୍ତଚର ମାମଲାରେ NIAର ବଡ଼ କାର୍ଯ୍ୟାନୁଷ୍ଠାନ, ୮ଟି ରାଜ୍ୟର ୧୫ଟି ସ୍ଥାନରେ ରେଡ୍
  • ||
  • ଅନୁଗୁଳ : ମସୁଣିହତା ଗାଁରେ ଯୁବକଙ୍କୁ ଗଳା କାଟି ହତ୍ୟା, ଅଭିଯୁକ୍ତ ଗିରଫ
  • ||
  • ସୁପର୍ ସନ୍‌ଡେ'ରେ ଦ୍ୱିତୀୟ କ୍ୱାଲିଫାୟର: ପ୍ରତିଶୋଧ ପାଇଁ ପ୍ରସ୍ତୁତ ମୁମ୍ବାଇ ଇଣ୍ଡିଆନ୍ସ, ଫାଇନାଲ୍‌ ଲକ୍ଷ୍ୟରେ ପଞ୍ଜାବ କିଙ୍ଗ୍‌ସ
  • ||
  • ନୟାଗଡ଼ : ଡାକ୍ତରଙ୍କ ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ, ଡାକ୍ତରଖାନାରେ ଚାପା ଉତ୍ତେଜନା
  • ||
  • ଭୟଙ୍କର ଟ୍ରେନ ଦୁର୍ଘଟଣା; ପୋଲ ଭାଙ୍ଗି ଟ୍ରାକରୁ ଖସିଲା ଟ୍ରେନ, ୭ ମୃୃତ ୩୦ ଆହତ
  • ||
  • କଳାହାଣ୍ଡି : ବନମାଳୀପୁର ରାସ୍ତାରୁ ବାଇକ୍‌ ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରୁଷ-ୟୁକ୍ରେନ୍ ସୀମା ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ୭ ମୃତ, ୩୦ ଆହତ,ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା
  • ||
  • ରାଜ୍ୟରେ ପ୍ରଥମ କୋଭିଡ୍‌ ମୃତ୍ୟୁ ଅଭିଯୋଗ, କୋଭିଡ୍‌ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ ମୃତକ ବୃଦ୍ଧ
  • ||
  • Miss World 2025: ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଲେ ଥାଇଲାଣ୍ଡର ଓପଲ ସୁଚାତା, ଭାଙ୍ଗିଲା ଭାରତର ନନ୍ଦିନୀ ଗୁପ୍ତାଙ୍କ ସ୍ୱପ୍ନ
  • ||
  • ଲୁଚକାଳି ଖେଳୁଛି ମୌସୁମୀ ! ରାଜ୍ୟରେ କମିଛି ବର୍ଷା, ୨ରୁ ୪ ଡିଗ୍ରୀ ବଢ଼ିପାରେ ତାତି
  • ||

କାଠ ଚୋରା ଚାଲାଣ ବେଳେ ବନ ବିଭାଗର ଚଢାଉ : ୨ ଗିରଫ, ଟ୍ରାକ୍ଟର ଜବତ

Published By : Rasmita Pradhan | May 31, 2025 3:08 PM

ଶଗଡ଼ଘାଟ, ୩୧/୫ : ବଲାଙ୍ଗୀର ଜିଲ୍ଲା ସିକେର ଫରେଷ୍ଟ ସଂରକ୍ଷିତ ବର୍ଣ୍ଣେଇ ଜଙ୍ଗଲ ଅଞ୍ଚଳରୁ କାଠ ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ। ଗୁଡୁଗୁଦା ଓ ଡୁମରବାହାଲ ଜଙ୍ଗଲରୁ ଏକ ଟ୍ରାକ୍ଟର ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। 

ସୂଚନାନୁଯାୟୀ, ସିକେର ଫରେଷ୍ଟ ସଂରକ୍ଷିତ ବର୍ଣ୍ଣେଇ ଜଙ୍ଗଲ ଅଞ୍ଚଳରୁ ଟ୍ରାକ୍ଟର ଯୋଗେ ସାହଜ କାଠ ଓ କେନ୍ଦୁ କାଠ ଚୋରା ଚାଲାଣ ହେଉଥିବା ନେଇ ବନ ବିଭାଗ ଖବର ପାଇଥିଲା। ବନ ବିଭାଗର କର୍ମଚାରୀମାନେ ଗୁଡୁଗୁଦା ଓ ଡୁମରବାହାଲ ଜଙ୍ଗଲରେ ଏକ ଟ୍ରାକ୍ଟର ସହ ଦୁଇଜଣ ବ୍ୟକ୍ତିଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ଗିରଫ ଅଭିଯୁକ୍ତମାନେ ହେଲେ ବିକାଶ ମାଝୀ ଓ ସୁନିଲ ପୋଢ। ଦୁହେଁ ଗୁଦଗୁଦା ଗ୍ରାମର ବାସିନ୍ଦା। ଏନେଇ ଟିଟିଲାଗଡ଼ ରେଞ୍ଜରେ କେସ୍ ପଞ୍ଜିକୃତ ହୋଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଟିଟିଲାଗଡ଼ ରେଞ୍ଜ ଅଧିକାରୀ ସଚ୍ଚିଦାନନ୍ଦ ସୁବୁଦ୍ଧି ସୂଚନା ଦେଇଛନ୍ତି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.