ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଘରୁ ଫରେଷ୍ଟରଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର, ପୁଲିସର ସନ୍ଦେହ ଘେରରେ ପତ୍ନୀ

Published By : Prameya | May 31, 2025 10:31 AM

ନୟାଗଡ଼ ୩୧/୦୫: ନୟାଗଡ଼ରେ ଚାଞ୍ଚଲ୍ୟ । ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତ ଫରେଷ୍ଟର ବାରମାସୀ ଦଣ୍ଡା ଅଞ୍ଚଳର ଶିଶିର ସାହୁ ବୋଲି ଜଣାପଡିଛି । ତେବେ ନିଆଁ ଲାଗିବାର କାରଣ ଜଣାପଡିନାହିଁ। ଏହା ପଛରେ ରହସ୍ୟ ଲୁଚି ରହିଥିବା ସନ୍ଦେହ କରାଯାଉଛି।  ନିଆଁରେ ପୋଡ଼ି ହୋଇ ଆହତ ଶିଶିରଙ୍କ ପତ୍ନୀ ନମିତା ଚିକିତ୍ସିତ ହେଉଛନ୍ତି। ପୁଅ ଭୟଙ୍କର ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଯାଇଛି। ଘରର ଆସବାବପତ୍ର ମଧ୍ୟ ପୋଡ଼ି ନଷ୍ଟ ହୋଇଥିବା ସୂଚନା ମିଳିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। 

ସୂଚନା ଅନୁଯାୟୀ, ଶୁକ୍ରବାର  ଫରେଷ୍ଟର ଶିଶିର ଓ ତାଙ୍କ ସ୍ତ୍ରୀ ନମିତା ଏବଂ ପୁଅ ଅଭିଷେକ ଘରେ ଥିବା ବେଳେ ହଠାତ ନିଆଁ ବାହାରିଥିଲା । ଶିଶିରଙ୍କ ସ୍ତ୍ରୀ ଘରୁ ବାହାରି ପାଟି କରିବାରୁ ସ୍ଥାନୀୟ ଲୋକେ ଦୌଡ଼ି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ । କିନ୍ତୁ ନିଆଁକୁ ଆୟତ୍ତ କରିବା ସମ୍ଭବ ହୋଇନଥିଲା। ପରେ ଘଟଣାସ୍ଥଳରେ ଖବର ପାଇ  ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ପୁରା ଆୟତ୍ତ କରିଥିଲା । ଏହାପରେ ବେଡ୍‌ରୁମ୍‌ରୁ ଶିଶିରଙ୍କ ଅଧାପୋଡ଼ା ମୃତଦେହ ଉଦ୍ଧାର କରିଥିଲେ । 

ଅନ୍ୟପଟେ ଶିଶିରଙ୍କ ସ୍ତ୍ରୀ ନମିତା ମଧ୍ୟ ନିଆଁରେ ସାମାନ୍ୟ ଆହତ ହୋଇଥିବା ବେଳେ ପୁଅର କୌଣସି କ୍ଷତି ହୋଇନାହିଁ । ସେହିପରି ଅଗ୍ନିକାଣ୍ଡରେ ଘରର ଅନେକ ସାମଗ୍ରୀ ସହ ସ୍କୁଟିଟି ଜଳି ପୋଡ଼ି ପାଉଁଶ ହୋଇଯାଇଛି । ତେବେ ବର୍ତ୍ତମାନ ଯାଏ  ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ। ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି । କେମିତି ନିଆଁ ଲାଗିଲା ସେନେଇ ଖୋଳତାଡ଼ ଜାରି ରଖିଛି ପୁଲିସ। ଅଗ୍ନିକାଣ୍ଡ ପଛରେ ପତ୍ନୀଙ୍କ ହାତ ଥିବା ପୁଲିସ ସନ୍ଦେହ କରୁଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.