ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜନୀତିରୁ ସନ୍ନ୍ୟାସ ନେଲେ କନ୍ଧମାଳର ପୂର୍ବତନ ବିଜେଡି ସାଂସଦ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର ୦୯/୦୬:  ପ୍ରତ୍ୟକ୍ଷ ରାଜନୀତିରୁ ସନ୍ନ୍ୟାସ ନେଲେ କନ୍ଧମାଳର ପୂର୍ବତନ ବିଜେଡି ସାଂସଦ ଅଚ୍ୟୁତ ସାମନ୍ତ। ଏ ନେଇ ଆଜି ଶ୍ରୀ ଅଚ୍ୟୁତ ସାମନ୍ତ ନିଜର ଅବସର ଘୋଷଣା କରିଛନ୍ତି। ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି। 

ସୂଚନା ମୁତାବିକ, ଶନିବାର ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ଅଚ୍ୟୁତ ସାମନ୍ତଙ୍କ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ। ଏହା ସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ କୃତଜ୍ଞତା ଜଣାଇଥିଲେ। ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବ ଭଳି ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି। 

ଚଳିତ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ। ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ ଶ୍ରୀ ସାମନ୍ତ କନ୍ଧମାଳବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.